Latest Odisha News

BREAKING NEWS

ଆମର ସବୁ ଶ୍ରମିକ ସୁରକ୍ଷିତ ଅଛନ୍ତି , ଖୁବ୍ ଶୀଘ୍ର ପରିବାରକୁ ଫେରିଆସିବେ: ଫାଇଭ୍-ଟି ଅଧ୍ୟକ୍ଷ

ଭୁବନେଶ୍ବର :  ଏହା ମଧ୍ୟରେ ଘଟଣାକୁ ୧୩ଦିନ ପୁରି ଆଜି ୧୪ ଦିନ ଚାଲିଛି  । ହେଲେ ଏବେବି ଟନେଲ୍ ଭିତରେ ଫସି ରହିଛନ୍ତି ୪୧ ଶ୍ରମିକ । ଯୁଦ୍ଧକାଳୀନ ଭିତ୍ତିରେ ଉଦ୍ଧାରକାର୍ଯ୍ୟ ଚାଲିଛି  । ହେଲେ ବାରମ୍ବାର ରେସ୍କ୍ୟୁ ଅପରେସନରେ ବାଧା  ବାଧା ସୃଷ୍ଟି ହେଉଛି ।କେବେ ଘଟିବ ଅପେକ୍ଷାର ଅନ୍ତ ? କେବେ ସରିବ ଉତ୍ତରକାଶୀରେ ଟନେଲ ରେସକ୍ୟୁ ଅପରେସନ୍ ? ତାହା ସାଧାରଣରେ ଏବେ ବଡ ପ୍ରଶ୍ନବାଚୀ ସୃଷ୍ଟି କରିଛି । ଏସବୁ ଭିତରେ ଆଜି  ଉତ୍ତରାଖଣ୍ଡ ଉତ୍ତରକାଶୀରେ ଟନେଲ ମଧ୍ୟରେ ଫସି ରହିଥିବା ଶ୍ରମିକଙ୍କ ପରିବାର ସଦସ୍ୟମାନେ ଫାଇଭ-ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ ଭି.କେ. ପାଣ୍ଡିଆନଙ୍କୁ ନବୀନ ନିବାସରେ ଭେଟିଛନ୍ତି।

ମୁଖ୍ୟମନ୍ତ୍ରୀ ଙ୍କ  ନିର୍ଦ୍ଦେଶ ରେ  ଶ୍ରମିକଙ୍କ ପରିବାର ସଦସ୍ୟ ମାନଙ୍କୁ ରାଜ୍ୟ ସରକାର ଉତ୍ତରକାଶୀକୁ ନେବା ପାଇଁ ସମସ୍ତ ବ୍ୟବସ୍ଥା କରିଛନ୍ତି । ସେମାନେ ହେଲେ ନବରଙ୍ଗପୁର ଜିଲ୍ଲାର ଫୁଲଚାନ୍ଦ ଭତ୍ରା, ମୟୁରଭଂଜ ଜିଲ୍ଲାର ବିମଳା ନାୟକ, ଚିତ୍ତରଂଜନ ନାୟକ  । ପୂର୍ବରୁ ଅନ୍ୟ ଦୁଇ ଶ୍ରମିକଙ୍କ ପରିବାର ଉତ୍ତର କାଶୀରେ ପହଂଚି ସାରିଛନ୍ତି। ଉତ୍ତରକାଶୀର ନିର୍ମାଣାଧୀନ ଟନେଲ ମଧ୍ୟରେ ଫସି ରହିଥିବା ଶ୍ରମିକ ମାନଙ୍କ ମଧ୍ୟରେ ଓଡିଶାର ୫ ଜଣ ଶ୍ରମିକ ରହିଛନ୍ତି । ସେମାନେ ହେଲେ  ଭଦ୍ରକ ଜିଲ୍ଲାର ତପନ ମଣ୍ଡଳ, ନବରଙ୍ଗପୁରର ଭଗବାନ ଭତ୍ରା  ଏବଂ ମୟୁରଭଂଜର ବିଶେଶ୍ବର ନାୟକ, ଧୀରେନ ନାୟକ ଓ ରାଜୁ ନାୟକ।

ଫାଇଭ୍-ଟି ଅଧ୍ୟକ୍ଷ ସେମାନଙ୍କୁ ରାଜ୍ୟ ସରକାରଙ୍କ ପକ୍ଷରୁ ଓଡ଼ିଆ  ଶ୍ରମିକଙ୍କ  ସୁରକ୍ଷା  ପାଇଁ ନିଆଯାଇଥିବା ବିଭିନ୍ନ ପଦକ୍ଷେପ ସଂପର୍କରେ ଜଣାଇଥିଲେ ।  ରାଜ୍ୟ ସରକାରଙ୍କ ଅଫିସର ଓ ସ୍ବତନ୍ତ୍ର ଟିମ୍‌ ଉଦ୍ଧାରସ୍ଥଳୀକୁ ଯାଇଛନ୍ତି   । ଏବଂ ଉଦ୍ଧାରକାରୀ ଦଳ ସହିତ ନିୟମିତ ଯୋଗାଯୋଗରେ ଅଛନ୍ତି। ଆମର ସବୁ ଶ୍ରମିକ ସୁରକ୍ଷିତ ଅଛନ୍ତି ବୋଲି ସେ କହିଥିଲେ। ମୁଖ୍ୟମନ୍ତ୍ରୀ ଘଟଣା ସଂପର୍କରେ ସଂପୂର୍ଣ୍ଣ ଅବଗତ ଅଛନ୍ତି ଏବଂ ଶ୍ରମିକ ମାନଙ୍କ ନିରାପତ୍ତା ଓ ଉଦ୍ଧାର କାର୍ଯ୍ୟ ସଂପର୍କରେ ନିୟମିତ ଖବର ନେଉଛନ୍ତି  । ସେପଟେ ଉଦ୍ଧାର କାର୍ଯ୍ୟ ମଧ୍ୟ ତ୍ବରାନ୍ବିତ ହୋଇଛି ଏବଂ  ଖୁବ ଶୀଘ୍ର ସେମାନେ ପରିବାରକୁ ଫେରି ଆସିବେ ବୋଲି  କହି ପରିବାର ଲୋକଙ୍କୁ  ଆଶ୍ବାସନା ଦେଇଛନ୍ତି ଭି.କେ. ପାଣ୍ଡିଆନ ।

 

Leave A Reply

Your email address will not be published.