Latest Odisha News

BREAKING NEWS

ଆଜି ପ୍ରକାଶ ପାଇବ ଦଶମ ଛାତ୍ରଛାତ୍ରୀଙ୍କ ପରୀକ୍ଷା ଫଳ  

ଭୁବନେଶ୍ୱର : ଆଜି ଦଶମ ଛାତ୍ରଛାତ୍ରୀଙ୍କ ପରୀକ୍ଷା ଫଳ । ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ମାଟ୍ରିକ, ମଧ୍ୟମା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ ପରୀକ୍ଷାଫଳ ପ୍ରକାଶ ପାଇବ । ସକାଳ ୧୦ଟାରେ କଟକ ବୋର୍ଡ କାର୍ଯ୍ୟାଳୟରେ ଆନୁଷ୍ଠାନିକ ଭାବେ ଫଳାଫଳ ଘୋଷଣା କରାଯିବ । ମଧ୍ୟାହ୍ନ ୧୨ଟା ସୁଦ୍ଧା ବୋର୍ଡ ୱେବ୍ ସାଇଟରେ ରେଜଲ୍ଟ ଉପଲବ୍ଧ ହେବ ।

ପରିକ୍ଷାର୍ଥୀମାନେ www. bseodisha.ac.in ସାଇଟରେ ନିଜ ରେଜଲ୍ଟ ପାଇପାରିବେ । ଏହାବାଦ SMS ମାଧ୍ୟମରେ ବି ପରୀକ୍ଷାର୍ଥୀମାନେ ଫଳାଫଳ ଜାଣିପାରିବେ । ପରୀକ୍ଷାର୍ଥୀ ମାନେ ମୋବାଇଲରେ OR10<ROLL NO> ଟାଇପ୍‌ କରି ୫୬୭୬୭୫୦କୁ ପଠାଇ ପରୀକ୍ଷାଫଳ ଜାଣିପାରିବେ ।

ପରୀକ୍ଷା ଫଳକୁ ନେଇ ଯଦି ପରୀକ୍ଷାର୍ଥୀଙ୍କର କିଛି ଆପତ୍ତି ଅଭିଯୋଗ ଥାଏ ତେବେ ଗୋଟିଏ ମାସ ମଧ୍ୟରେ ସେମାନେ ବୋର୍ଡ କର୍ତ୍ତୃପକ୍ଷଙ୍କୁ ଜଣାଇପାରିବେ । ସେଥିପାଇଁ ବୋର୍ଡ ପକ୍ଷରୁ ଏକ କଣ୍ଟ୍ରୋଲ ରୁମ୍ ନମ୍ବର ୦୬୭୧-୨୪୧୫୪୬୦ ଜାରି କରାଯାଇଛି।

ଚଳିତ ବର୍ଷ ୫ ଲକ୍ଷ ୪୧ ହଜାର ପିଲା ମାଟ୍ରିକ ପରୀକ୍ଷା ଦେଇଛନ୍ତି । ମାର୍ଚ୍ଚ ୧୦ରୁ ପରୀକ୍ଷା ଆରମ୍ଭ ହୋଇ ୨୦ ତାରିଖରେ ଶେଷ ହୋଇଥିଲା । ଏହାପରେ ଏପ୍ରିଲ୍‌ ୩ ତାରିଖଠାରୁ ଆରମ୍ଭ ହୋଇଥିଲା ଖାତା ମୂଲ୍ୟାୟନ । ୫୫ଟି ମୂଲ୍ୟାୟନ କେନ୍ଦ୍ରରେ ୧୩ ହଜାର ଶିକ୍ଷକ ଶିକ୍ଷୟିତ୍ରୀ ପରୀକ୍ଷା ଖାତା ଦେଖାରେ ନିୟୋଜିତ ହୋଇଥିଲେ ।

Leave A Reply

Your email address will not be published.