Latest Odisha News

BREAKING NEWS

ଜୁନ୍ ୨୧ରେ ପ୍ରକାଶ ପାଇବ ଯୁକ୍ତ ୨ କଳା ଓ ବାଣିଜ୍ୟ ରେଜଲ୍ଟ

ଭୁବନେଶ୍ୱର : ଆସନ୍ତା ଜୁନ୍ ୨୧ ତାରିଖରେ ଯୁକ୍ତ ୨ କଳା ଓ ବାଣିଜ୍ୟ, ଧନ୍ଦାମୂଳକ ଶିକ୍ଷାର ରେଜଲ୍ଟ ପ୍ରକାଶ ପାଇବ ବୋଲି ବୁଧବାର ଦିନ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ ସୂଚନା ପ୍ରଦାନ କରିଛନ୍ତି ।

ରାଜଧାନୀର ଗୀତଗୋବିନ୍ଦ ଅଡିଟୋରିୟମରେ ଅପରାହ୍ନ ୩ଟା ୩୦ମି. ବେଳେ ଏହି ପରୀକ୍ଷା ଫଳ ପ୍ରକାଶ ପାଇବ ବୋଲି ସେ ଗଣମାଧ୍ୟମକୁ ସୂଚନା ପ୍ରଦାନ କରିଛନ୍ତି ।

ପରୀକ୍ଷାର୍ଥୀମାନେ www.chseodisha.nic.in ଓ www.orissaresults.in ୱେବସାଇଟରେ ସେମାନଙ୍କ ପରୀକ୍ଷା ଫଳ ଉପଲବ୍ଧ ହେବ ।

ସୂଚନାଯୋଗ୍ୟ, ଗତବର୍ଷ ଜୁନ୍ ୯ ତାରିଖରେ ଯୁକ୍ତ ୨ କଳା ଏବଂ ବାଣିଜ୍ୟ ପରୀକ୍ଷା ଫଳାଫଳ ପ୍ରକାଶ ପାଇଥିଲା ।

Leave A Reply

Your email address will not be published.