Latest Odisha News

ଆଜି ସର୍ବଦଳୀୟ ବୈଠକ, କାଲିଠୁ ବିଧାନସଭା ଶୀତ ଅଧିବେଶନ

ଭୁବନେଶ୍ୱର: ଆସନ୍ତାକାଲି ଠାରୁ ଆରମ୍ଭ ହେଉଛି ବିଧାନସଭା ଶୀତ ଅଧିବେଶନ। ଏହା ପୂର୍ବରୁ ଆଜି ବିଧାନସଭାରେ ବସିବ ସର୍ବଦଳୀୟ ବୈଠକ। ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ସକାଳ ସାଢେ ୧୦ଟାରେ ବସିବ ବୈଠକ। ବୈଠକରେ ଯୋଗଦେବା ପୂର୍ବରୁ ଉଭୟ ଶାସକ ବିଜେପି, ବିରୋଧୀ ବିଜେଡି ଓ କଂଗ୍ରେସ ବିଧାୟକଙ୍କ ବୈଠକ ଅନୁଷ୍ଠିତ ହେବ ବୋଲି ସୂଚନା ମିଳିଛି ।

ବିଧାନସଭାକୁ ସୁରୁଖୁରୁରେ ଚଳାଇବା ପାଇଁ ବାଚସ୍ପତି ସର୍ବଦଳୀୟ ବୈଠକରେ ସବୁ ଦଳର ସହଯୋଗ ଲୋଡ଼ିବେ। ନଭେମ୍ବର ୨୬ରୁ ଆରମ୍ଭ ହୋଇ ଡିସେମ୍ବର ୩୧ ଯାଏଁ ବିଧାନସଭା ଅଧିବେଶନ ଚାଲିବା ପାଇଁ କାର୍ଯ୍ୟସୂଚୀ ସ୍ଥିର ହୋଇଛି। ବିଧାନସଭା ପରିଚାଳନା ନେଇ ସବୁ ଦଳ ବାଚସ୍ପତିଙ୍କୁ ନିଜର ମତାମତ ଦେବେ।

ସରକାର ୨୬ରେ ଅତିରିକ୍ତ ବଜେଟ ଉପସ୍ଥାପନ କରିବେ। ଅଧିବେଶନରେ ମୋଟ ୩୦ଟି କାର୍ଯ୍ୟ ଦିବସ ରହିଛି। ବିଭିନ୍ନ ପ୍ରସଙ୍ଗରେ ବିରୋଧୀ ସରକାରଙ୍କୁ ଅଡୁଆରେ ପକାଇବା ସମ୍ଭାବନା ରହିଛି। ବିରୋଧୀଙ୍କୁ ଶାସକ ଦଳ କିପରି ମୁକାବିଲା କରୁଛି, ତାହା ଅଧିବେଶନ ଅବଧି ସମୟରେ ସ୍ପଷ୍ଟ ହେବ।

ସେହିପରି ଆଜିଠୁ ଆରମ୍ଭ ହେବ ସଂସଦର ଶୀତକାଳୀନ ଅଧିବେଶନ। ଆଜି ପ୍ରଥମ ଦିନରେ ଉଭୟ ଗୃହର ମିଳିତ ଅଧିବେଶନକୁ ସମ୍ବୋଧନ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଡିସେମ୍ବର ୨୦ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଅଧିବେଶନକୁ ସୁରୁଖୁରୁରେ ଚଳାଇବାକୁ ଗତକାଲି ସର୍ବଦଳୀୟ ବୈଠକରେ ଆଲୋଚନା କରାଯାଇଛି।

 

Leave A Reply

Your email address will not be published.