ଭୁବନେଶ୍ୱର: ଡିସେମ୍ବର ୩୧ ପୂର୍ବରୁ ବସିବ ବିଧାନସଭାର ଶୀତକାଳୀନ ଅଧିବେଶନ । ଏନେଇ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ସୂଚନା ଦେଇଛନ୍ତି । ବିଧାନସଭା ବିଧି ଅନୁସାରେ ୬୦ ଦିନ ଗୃହ କାର୍ଯ୍ୟ ଚାଲିବାର ବ୍ୟବସ୍ଥା ରହିଛି। ତୃତୀୟ ଓ ଚତୁର୍ଥ ଅଧିବେଶନରେ ସର୍ବମୋଟ ୨୦ ଦିନ ଗୃହ କାର୍ଯ୍ୟ ଚାଲିଛି।
ଡିସେମ୍ବର ପୂର୍ବରୁ ଆଉ ୪୦ ଦିନର ବସିବାକୁ ବାକି ରହିଛି। କେବେ ବସିବ ଓ କଣ ରହିବ ରୂପରେଖ, ସେନେଇ ରାଜ୍ୟପାଳଙ୍କ ନିଷ୍ପତ୍ତିକୁ ଅପେକ୍ଷା କରାଯାଇଛି । ରାଜ୍ୟପାଳଙ୍କ ନିଷ୍ପତ୍ତି ପରେ ୪୦ ଦିନର କ୍ୟାଲେଣ୍ଡର ପ୍ରସ୍ତୁତ କରାଯିବ ବୋଲି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ସୂଚନା ଦେଇଛନ୍ତି ।
Comments are closed.