Latest Odisha News

BREAKING NEWS

ଫେବୃଆରୀ ୫ରୁ ବିଧାନସଭା, ଆଗତ ହେବ କାମଚଳା ବଜେଟ୍

ଭୁବନେଶ୍ଵର: ଫେବୃଆରୀ ୫ରୁ ଆରମ୍ଭ ହେବ ବିଧାନସଭା ଅଧିବେଶନ । ଏହି ଅଧିବେଶନ ସମୟରେ ଆଗତ ହେବ କାମଚଳା ବଜେଟ୍ । ଅଧିବେଶନ ଫେବୃଆରୀ ୫ ରୁ ଆରମ୍ଭ ହୋଇ ୧୩ ତାରିଖ ପର୍ଯ୍ୟନ୍ତ ଚାଲିବ । ଏ ନେଇ ବିଧାନସଭା ପକ୍ଷରୁ ସୂଚନା ଦିଆଯାଇଛି । ଷୋଡଶ ବିଧାନସଭାର ଏହା ଶେଷ ଅଧିବେଶନ ।

ସୂଚନା ଅନୁସାରେ, ଫେବୃଆରୀ ୫ ତାରିଖରେ ରାଜ୍ୟପାଳ ରଘୁବର ଦାସ ତାଙ୍କର ଅଭିଭାଷଣ ରଖିବେ । ଏହାପରେ ୬ ଓ ୭ ତାରିଖରେ ରାଜ୍ୟପାଳଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଆଲୋଚନା ହେବ । ୮ ତାରିଖରେ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ କାମଚଳା ବଜେଟକୁ ଗୃହରେ ଉପସ୍ଥାପନ କରିବେ ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ । ୯ ତାରିଖରେ ବ୍ୟୟ ମଞ୍ଜୁରୀ ବିଲ୍‌ ( କାମଚଳା ବଜେଟ) ପାରିତ ହେବ । ୧୦ ଓ ୧୧ ତାରିଖ ଶନିବାର ଓ ରବିବାର କାରଣରୁ ଛୁଟି ରହିବ । ୧୨ ତାରିଖରେ ଗୃହରେ ସରକାରୀ କାର୍ଯ୍ୟ ଦିବସ ଓ ୧୩ ତାରିଖରେ ଘରୋଇ ସଦସ୍ୟଙ୍କ ପାଇଁ ଉଦ୍ଦିଷ୍ଟ କାର୍ଯ୍ୟ ଦିବସ ରହିଛି। ସାଧାରଣ ନିର୍ବାଚନ ପୂର୍ବରୁ ଏହା ବିଧାନସଭାର ଶେଷ ଅଧିବେଶନ ଓ ଶେଷ ବଜେଟ।

 

 

Leave A Reply

Your email address will not be published.