Latest Odisha News

ବଜେଟ୍ ଅଧିବେଶନ ପାଇଁ ସହଯୋଗ ଲୋଡ଼ିଲେ ବାଚସ୍ପତି

ଭୁବନେଶ୍ୱର: ସୋମବାରଠାରୁ ଆରମ୍ଭ ହେବାକୁ ଥିବା ବିଧାନସଭାର ବଜେଟ୍ ଅଧିବେଶନ ସୁରୁଖୁରୁରେ ଚାଲିବ ବୋଲି ଆଶା କରାଯାଉଥିବା ବେଳେ ବାଚସ୍ପତି ପ୍ରମିଳା ମଲ୍ଲିକ ସମସ୍ତ ରାଜନୈତିକ ଦଳର ସହଯୋଗ ଲୋଡ଼ିଛନ୍ତି।

ରବିବାର ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ଏକ ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଥିଲା। ଯେଉଁଥିରେ ସେ ବିଜେଡି, ବିଜେପି ଓ କଂଗ୍ରେସର ନେତାଙ୍କ ସହ ଅଧିବେଶନର କାର୍ଯ୍ୟସୂଚୀ ଓ ନିୟମ ସମ୍ପର୍କରେ ଆଲୋଚନା କରିଥିଲେ। ଅଧିବେଶନରେ ଅନ୍ତରୀଣ ବଜେଟ୍ ଉପସ୍ଥାପନ କରୁଥିବା ସରକାରଙ୍କୁ ସହଯୋଗ କରିବାକୁ ସେ ଅନୁରୋଧ କରିଛନ୍ତି।

ବୈଠକରେ ସଂସଦୀୟ ବ୍ୟାପାର ମନ୍ତ୍ରୀ ନିରଞ୍ଜନ ପୂଜାରୀ, ସରକାରଙ୍କ ମୁଖ୍ୟ ସଚେତକ ପ୍ରଶାନ୍ତ ମୁଦୁଲି, ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ମାଝୀ, ବରିଷ୍ଠ କଂଗ୍ରେସ ବିଧାୟକ ନରସିଂହ ମିଶ୍ର, ବିଜେଡି ବିଧାୟକ ପ୍ରଣବ ପ୍ରକାଶ ଦାସ ପ୍ରମୁଖ ଉପସ୍ଥିତ ଥିଲେ।

Comments are closed.