Latest Odisha News

BREAKING NEWS

ସମ୍ଭାବ୍ୟ ବାତ୍ୟା; ମୁଖ୍ୟାଳୟରେ ଉପସ୍ଥିତ ରହିବେ ସଚିବ, ୫ ଆଇଏଏସଙ୍କୁ ୫ ଜିଲ୍ଲା ଦାୟିତ୍ୱ…

ଭୁବନେଶ୍ବର: ସମ୍ଭାବ୍ୟ ବାତ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର କଡ଼ା ପଦକ୍ଷେପ ଗ୍ରହଣ କରିଛନ୍ତି। ରାଜ୍ୟରେ ବିପର୍ଯ୍ୟୟ ପରିଚାଳନାକୁ ସୁନିଶ୍ଚିତ କରିବା ପାଇଁ ଆସନ୍ତାକାଲି ମୁଖ୍ୟାଳୟରେ ବରିଷ୍ଠ ଅଧିକାରୀଙ୍କୁ ଉପସ୍ଥିତ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି ।

ନୂତନ ନିର୍ଦ୍ଦେଶନାମା ଅନୁଯାୟୀ, ବାତ୍ୟାର ମୁକାବିଲା ଓ ପ୍ରଶାସନିକ କାର୍ଯ୍ୟ ପରିଚାଳନା ପାଇଁ ରାଜ୍ୟ ସମସ୍ତ ଏସିଏସ୍‌, ପ୍ରମୁଖ ସଚିବ, କମିଶନରଙ୍କୁ ଉପସ୍ଥିତ ରହିବାକୁ ରାଜ୍ୟ ସରକାର କହିଛନ୍ତି।

ସେହିପରି ସମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ ରାଜ୍ୟ ସରକାର ୫ଟି ଜିଲ୍ଲାକୁ ୫ ଜଣ ଆଇଏଏସଙ୍କୁ ଦାୟିତ୍ୱ ଦେଇଛନ୍ତି । ଆଇଏଏସ୍ ଅଧିକାରୀ କେ. ସୁଦର୍ଶନ ଚକ୍ରବର୍ତ୍ତୀଙ୍କୁ ରାୟଗଡ଼ା ଜିଲ୍ଲା ଦାୟିତ୍ବ ଦିଆଯାଇଥିବା ବେଳେ ଡ. ପୋମା ଟୁଡୁଙ୍କୁ କୋରାପୁଟ ଜିଲ୍ଲା ଦାୟିତ୍ବ ଦିଆଯାଇଛି।

ଅପରପକ୍ଷରେ ବିଜୟ କୁମାର ଦାଶଙ୍କୁ ଗଜପତି ଜିଲ୍ଲା ଦାୟିତ୍ବ ଏବଂ ଡ. ୟେଦୁଲା ବିଜୟଙ୍କୁ ମାଲକାନଗିରି ଦାୟିତ୍ବ ଦିଆଯାଇଛି।

ଉଲ୍ଲେଖଯୋଗ୍ୟ, ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ଖୋର୍ଦ୍ଧା ଜିଲ୍ଲାର ସମସ୍ତ ସରକାରୀ ଅଧିକାରୀ ଓ କର୍ମଚାରୀ ମାନଙ୍କ ଛୁଟି ବାତିଲ କରାଯାଇଛି । ଜିଲ୍ଲାରେ ବିପର୍ଯ୍ୟୟ ପରିଚାଳନାକୁ ସୁନିଶ୍ଚିତ କରିବା ପାଇଁ ଏହି ନିର୍ଦ୍ଦେଶ ଜାରି କରିଛନ୍ତି ଜିଲ୍ଲାପାଳ ଅମ୍ରିତ ଋତୁରା। ଜିଲ୍ଲାପାଳ କାଲିଠାରୁ ୩୧ ତାରିଖ ପର୍ଯ୍ୟନ୍ତ ସମସ୍ତ ସରକାରୀ ଅଧିକାରୀ ଏବଂ କର୍ମଚାରୀଙ୍କ ଛୁଟି ବାତିଲ କରିଛନ୍ତି। ଏଥିସହ ଅଧିକାରୀ ଓ କର୍ମଚାରୀ ବିନା ଅନୁମତିରେ ନିଜ ମୁଖ୍ୟାଳୟ ନ ଛାଡ଼ିବାକୁ ନିର୍ଦ୍ଦେଶ ଦେଇଛନ୍ତି।

Leave A Reply

Your email address will not be published.