ନୟାଗଡ଼: ତିନି ଦିନିଆ ଓଡ଼ିଶା ଗସ୍ତରେ ଆସିଥିବା ରାଜ୍ୟ ବିଜେପିର ନୂଆ ପ୍ରଭାରୀ ଡି. ପୁରନ୍ଦେଶ୍ବରୀ ଆଜି ନୟାଗଡ଼ରେ ପହଞ୍ଚିଛନ୍ତି । ଜିଲ୍ଲା ବିଜେପି କାର୍ୟ୍ୟାଳୟରେ ପହଞ୍ଚିବା ପରେ ତାଙ୍କପ ସ୍ବାଗତ କରାଯାଇଥିଲା । ପୁରନ୍ଦେଶ୍ବରୀ ଯଦୁପୁର ଯାଇ ପରୀର ପରିବାରକୁ ଭେଟିବେ । ତାଙ୍କ ସହ ଉପସ୍ଥିତ ଅଛନ୍ତି ରାଜ୍ୟ ବିଜେପି ସଭାପତି ସମୀର ମହାନ୍ତି । ପରୀ ହତ୍ୟା ମାମଲାର ସିବିଆଇ ତଦନ୍ତ ସହ ମନ୍ତ୍ରୀ ଅରୁଣ ସାହୁଙ୍କ ଇସ୍ତଫା ଦାବି କରୁଛି ବିଜେପି ।
ଓଡ଼ିଶାର ବିଜେପିର ପ୍ରଭାରୀ ନିଯୁକ୍ତ ପରେ ଗତକାଲି ଭୁବନେଶ୍ୱରରେ ପହଞ୍ଚିଥିଲେ ଡି. ପୁରନ୍ଦେଶ୍ୱରୀ । ଦାୟିତ୍ୱ ଗ୍ରହଣ ପରେ ଏହା ତାଙ୍କର ପ୍ରଥମ ଓଡ଼ିଶା ଗସ୍ତ । ଏହି ସମୟରେ ସେ ଦଳର ବରିଷ୍ଠ କର୍ମକର୍ତ୍ତା, ଜିଲ୍ଲା ଓ ବ୍ଲକ ସଭାପତି ଏବଂ ଛାମୁଆ ସଂଗଠନ କର୍ମକର୍ତ୍ତାଙ୍କୁ ଭେଟି ସଂଗଠନ ସମ୍ପର୍କରେ ଆଲୋଚନା କରିବା କାର୍ୟ୍ୟକ୍ରମ ରହିଛି ।
BREAKING NEWS
- ଦକ୍ଷିଣ ଆଫ୍ରିକା-ଅଷ୍ଟ୍ରେଲିଆ ୨ୟ ଟେଷ୍ଟ୍ରେ ୧୦୦ ବର୍ଷର ଐତିହାସିକ ରେକର୍ଡ
- ଶୀତଳା ମାତା ମନ୍ଦିର ଦୁର୍ଘଟଣା; ଡ୍ରାଇଭରଙ୍କୁ ଜଣାନଥିଲା ରାସ୍ତା, ଗୁଗୁଲ୍ ମ୍ୟାପ୍ ପାଇଁ…
- ପ୍ରାଚୀନ ମିଶରରେ ବିରାଡ଼ିଙ୍କୁ ମାରିଲେ ମିଳୁଥିଲା ମୃତ୍ୟୁଦଣ୍ଡ — ଜାଣନ୍ତୁ କାହିଁକି ରହିଥିଲା ଏଭଳି କଡ଼ା କାନୁନ୍?
- ବାଲିଯାତ୍ରା ପଡ଼ିଆ ନିକଟରୁ ନାବାଳକ ମୃତଦେହ ଉଦ୍ଧାର, ହତ୍ୟା ଷଡ଼ଯନ୍ତ୍ର…
- ଭାରତ ସିରିଜ୍ରୁ ୨୮୫ କୋଟି ଟଙ୍କା ରୋଜଗାର, କିନ୍ତୁ ୱେଷ୍ଟଇଣ୍ଡିଜ୍ ପାଇବ ଶୂନ
- Maa Manikeswari’s Chhatra Yatra:ପ୍ରସିଦ୍ଧ ଛତରଯାତ୍ରା ପାଇଁ ପ୍ରସ୍ତୁତ ଭବାନୀପାଟଣା;ନଜର ରଖିବ ୨୫ଟି ସିସିଟିଭି,ଡ୍ରୋନ୍
- ହାର୍ଦ୍ଦିକଙ୍କ ବିକଳ୍ପ ଖୋଜିବା ବନ୍ଦ କରିବାକୁ ପୂର୍ବତନ ଅଧିନାୟକ ଗାଭାସ୍କରଙ୍କ ଟିମ୍ ଇଣ୍ଡିଆକୁ ପରାମର୍ଶ
- ଖୋର୍ଦ୍ଧାରୁ ୫୫୦୦ ବୋତଲ କୋରେକ୍ସ ସହ ୧୦ ଗିରଫ
- Internet Restriction: ‘ସୁରକ୍ଷା ସହ ସ୍ୱାଧୀନତା ବି ନିହାତି ଜରୁରୀ’, ପିଲାଙ୍କ ଇଣ୍ଟରନେଟ୍ ବ୍ୟାନ୍କୁ ସୁପ୍ରିମକୋର୍ଟଙ୍କ ନା!
- Kolkata Stampede Odisha Alert: କୋଲକାତା ଦଳାଚକଟା ଦେଖି ଓଡ଼ିଶା ପୋଲିସ ମନରେ ଛନକା! ଆଗୁଆ ଭିଡ଼ିଲେ ଅଣ୍ଟା, ପୂଜା ମଣ୍ଡପରେ କଡ଼ା ସୁରକ୍ଷା…

Comments are closed.