Latest Odisha News

BREAKING NEWS

ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ଜାରି, ଏସବୁ ଜିଲ୍ଲାକୁ ଆଲର୍ଟ…

ଭୁବନେଶ୍ୱର: ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳ ନିକଟ ବଙ୍ଗୋପସାଗର ଉପରେ ସୃଷ୍ଟି ହୋଇଥିବା ଏକ ଲଘୁଚାପ କ୍ଷେତ୍ର ଯୋଗୁ ଉତ୍ତର ଏବଂ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହୋଇପାରେ। ଏନେଇ ଆକଳନ କରିଛି ଭାରତୀୟ ପାଣିପାଗ ବିଭାଗ। ତେବେ ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି।

ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ଯାଜପୁର, କଟକ, କେନ୍ଦ୍ରାପଡ଼ା ଏବଂ ସଂଲଗ୍ନ ଅଞ୍ଚଳଗୁଡ଼ିକରେ ମଧ୍ୟ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି।

ଦକ୍ଷିଣ ଏବଂ ପଶ୍ଚିମ ଓଡ଼ିଶାର ଅନେକ ଜିଲ୍ଲାରେ ଝଡ଼ବର୍ଷା ସହିତ ବର୍ଷା ହେବାର ସମ୍ଭାବନା ଅଛି। ସେହିପରି ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରପାତ ସହିତ ଝଡ଼ବର୍ଷା ହେବାର ମଧ୍ୟ ସମ୍ଭାବନା ଅଛି। ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ଅନୁଯାୟୀ କିଛି ଅଞ୍ଚଳରେ ପବନର ବେଗ ୩୦ରୁ ୪୦ କିଲୋମିଟର ପ୍ରତି ଘଣ୍ଟା ପର୍ଯ୍ୟନ୍ତ ପହଞ୍ଚିପାରେ।

ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ମୟୂରଭଞ୍ଜ, ବାଲେଶ୍ୱର, ଅନୁଗୁଳ, ଢେଙ୍କାନାଳ, ଯାଜପୁର ଏବଂ ଅନ୍ୟ କିଛି ଜିଲ୍ଲାରେ ମଧ୍ୟ ଝଡ଼ବର୍ଷା ଏବଂ ବଜ୍ରପାତ ସହିତ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି।

Leave A Reply

Your email address will not be published.