Latest Odisha News

ବହୁ ପ୍ରତୀକ୍ଷିତ ଭୁବନେଶ୍ୱର ମେଟ୍ରୋ ରେଳ ପ୍ରକଳ୍ପ ପାଇଁ ୧୦୦୦ କୋଟି ଟଙ୍କା ବ୍ୟୟବରାଦ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ମାଝି ଗୁରୁବାର ଦିନ ୨୦୨୪-୨୫ ଆର୍ଥିକ ବର୍ଷ ରାଜ୍ୟ ବଜେଟରେ ବହୁ ପ୍ରତୀକ୍ଷିତ ଭୁବନେଶ୍ୱର ମେଟ୍ରୋ ରେଳ ପ୍ରକଳ୍ପ ପାଇଁ ୧୦୦୦ କୋଟି ଟଙ୍କା ଅନୁଦାନ ଦିଆଯାଇଛି।

ପ୍ରଥମ ପର୍ଯ୍ୟାୟରେ ଭୁବନେଶ୍ବର ବିମାନ ବନ୍ଦରରୁ ତ୍ରିଶୁଳିଆ ପର୍ଯ୍ୟନ୍ତ ଏହା ଚଳାଚଳ କରିବ। ୨୦୨୭ ସୁଦ୍ଧା କାର୍ଯ୍ୟକ୍ଷମ ହେବ ମେଟ୍ରୋ ରେଳ ପ୍ରକଳ୍ପ। ସେହିପରି ମେଟ୍ରୋ ରେଳ ପ୍ରକଳ୍ପ ପାଇଁ ୬୨୫୬ କୋଟିର ବ୍ୟୟବରାଦ କରାଯାଇଛି । ମେଟ୍ରୋ ପ୍ରକଳ୍ପ ପାଇଁ ଚଳିତ ବଜେଟରେ ୧ ହଜାର କୋଟି ଅନୁଦାନ କରାଯାଇଛି ।

ପୂର୍ବର ବିଜେଡି ସରକାର ଅମଳରେ ମେଟ୍ରୋ ପ୍ରକଳ୍ପ ପରିକଳ୍ପନା କରାଯାଇଥିଲା। ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତ୍ରିଶୁଳିଆଠାରେ ଏହାର ଶିଳାନ୍ୟାସ କରିଥିଲେ।

ଅଧିକ ପଢନ୍ତୁ: ବଜେଟ୍ ୨୦୨୪-୨୫: ପୁରୁଣା ଯୋଜନାକୁ ହଟାଇ ଲାଗୁ ହେଲା ନୂତନ ଯୋଜନା, ଜାଣନ୍ତୁ କାହାକୁ ମିଳିଲା କେତେ?

ଉଲ୍ଲେଖଯୋଗ୍ୟ, ୨୦୨୪-୨୫ ଆର୍ଥିକ ବର୍ଷର ପୂର୍ଣ୍ଣାଙ୍ଗ ବଜେଟରେ ୨ଲକ୍ଷ ୬୫ ହଜାର କୋଟି ଟଙ୍କାର ବଜେଟ ଉପସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ।

Comments are closed.