ଭୁବନେଶ୍ବର:ରାଜ୍ୟ କ୍ୟାବିନେଟ୍ ବୈଠକରେ ୧୦ଟି ବିଭାଗର ୧୨ଟି ପ୍ରସ୍ତାବକୁ ମଞ୍ଜୁରୀ । ଢେଙ୍କାନାଳ ଗଜମରାରେ ସ୍ଥାପନ ହେବ ବଡ଼ ପ୍ରକଳ୍ପ । ଓଡ଼ିଶାରେ ନିର୍ମାଣ ହେବ ପ୍ରତିରକ୍ଷା ଓ ଏରୋସ୍ପେସ ସାମଗ୍ରୀ । ୧୭ ହଜାର ୨୫୦ କୋଟି ଟଙ୍କା ନିବେଶ ହେବ । ପ୍ରତ୍ୟକ୍ଷ ଓ ପରୋକ୍ଷରେ ୨୦ ହଜାର ନିଯୁକ୍ତ ସୁଯୋଗ ସୃଷ୍ଟି ହେବ । ଆଜି ରାଜ୍ୟ କ୍ୟାବିନେଟ୍ ବୈଠକରେ ଏହା ଉପରେ ମୋହର ଲାଗିଛି ।
ଶିଳ୍ପ ବିଭାଗର କଲ୍ୟାଣୀ ଗ୍ରୁପ ତରଫରରୁ ଇଣ୍ଡିଗ୍ରେଟେଡ଼ ନ୍ୟୁ ଏଜ ମାନୁଫେକଚର କମ୍ପ୍ଲେକ୍ସ ଢେଙ୍କାନାଳର ଗଜମରାରେ ୧୧ ଶହ ଏକର ଜମିରେ ନିର୍ମାଣ ହେବ । ଟାଇଟନିୟମ, ସ୍ପେଶାଲ ଷ୍ଟିଲ, ଅଟୋ କମ୍ପନେଟ, ଏରୋସ୍ପେସ, ପ୍ରତିରକ୍ଷା ସାମଗ୍ରୀ ପ୍ରସ୍ତୁତ ହେବ । ଓଡ଼ିଶା ୟୁନିଫର୍ମ ସେବା କର୍ମଚାରୀ ଚୟନ ଆୟୋଗ ନିୟମାବଳୀ-୨୦୨୬ ପ୍ରଣୟନକୁ କ୍ୟାବିନେଟ୍ ମୋହର ବାଜିଛି ।
ରାଜ୍ୟ ସମବାୟ ନୀତିକୁ କ୍ୟାବିନେଟ୍ ଅନୁମୋଦନ ମିଳିଛି । ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବୈଠକ ବସିଥିଲା।
ସେହିପରି ମାର୍ଚ୍ଚ ଯାଏ ଓଡିଶାରୁ ଦୁବାଇ ଓ ସିଙ୍ଗାପୁରକୁ ଜାରି ରହିବ ବିମାନ ଉଡ଼ାଣ । ପରବର୍ତ୍ତୀ ସମୟରେ ମୁଖ୍ୟମନ୍ତ୍ରୀ ଏନେଇ ନିଷ୍ପତ୍ତି ନେବେ ।