Latest Odisha News

BREAKING NEWS

ଆଜି ‘ଚାଷୀ ଋଣ ଛାଡ଼’ ନେଇ ଓଡ଼ିଶା କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି !

ଭୁବନେଶ୍ୱର: ଆଜି ଅପରାହ୍ନରେ ଓଡ଼ିଶା କ୍ୟାବିନେଟର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ରାଜ୍ୟ ସଚିବାଳୟଠାରେ ଅନୁଷ୍ଠିତ ହେଉଛି । ଏହି ବୈଠକରେ ଚାଷୀ ଋଣ ଛାଡ଼ ସମ୍ପର୍କୀତ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇପାରେ ବୋଲି ବିଶ୍ୱସ୍ତ ସୂତ୍ରରୁ ଜଣାପଡ଼ିଛି । ତେବେ ଆସନ୍ତା ୨୨ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଓଡ଼ିଶା ଗସ୍ତ ପୂର୍ବରୁ ଏହି ଘୋଷଣା ହେବାର ଯଥେଷ୍ଟ ସମ୍ଭାବନା ରହିଛି ।

ଯଦିଓ ଏହି କ୍ୟାବିନେଟ ବୈଠକର ଏଜେଣ୍ଡା ସମ୍ପର୍କରେ କୌଣସି ସୂଚନା ହସ୍ତଗତ ହୋଇନାହିଁ କିନ୍ତୁ ଏହି ବୈଠକରେ କ୍ୟାବିନେଟ ଧାନ ସର୍ବନିମ୍ନ ସହାୟକ ମୂଲ୍ୟ (ଏମଏସପି) ବୃଦ୍ଧି, ଚାଷୀ ମାନଙ୍କୁ ଅତିରିକ୍ତ ବୋନସ ସହିତ କୃଷି ଋଣ ଛାଡ଼ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯିବାର ଯଥେଷ୍ଟ ସମ୍ଭାବନା ରହିଛି ବୋଲି ବିଶେଷ ସୂତ୍ରରୁ ସୂଚନା ମିଳିପାରିଛି ।

ଆଜି ରାଜ୍ୟ କ୍ୟାବିନେଟର ଏହି ଗୁରୁତ୍ୱପୂର୍ଣ୍ଣ ବୈଠକ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅପରାହ୍ନ ୪.୩୦ ରେ ଅନୁଷ୍ଠିତ ହେବ ।

ମିଳିଥିବା ସୂଚନାନୁଯାୟୀ, ଆଜି ସକାଳେ ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଝାରସୁଗୁଡ଼ା ଗସ୍ତରେ ଯାଇଛନ୍ତି, ଅପରାହ୍ନରେ ରାଜ୍ୟ ରାଜଧାନୀରେ ପହଞ୍ଚିବା ପରେ ଏହି କ୍ୟାବିନେଟ ବୈଠକରେ ଅଧ୍ୟକ୍ଷତା କରିବାର କାର୍ଯ୍ୟକ୍ରମ ରହିଛି ।

Leave A Reply

Your email address will not be published.