Latest Odisha News

BREAKING NEWS

ଆଜି ରାଜ୍ୟ କ୍ୟାବିନେଟ୍ ଓ ମନ୍ତ୍ରୀ ପରିଷଦ ବୈଠକ : ୧୫ରୁ ଉର୍ଦ୍ଧ୍ବ ପ୍ରସ୍ତାବ ଉପରେ ବାଜିପାରେ ମୋହର

ଭୁବନେଶ୍ୱର : ଆଜି ବସିବ ରାଜ୍ୟ କ୍ୟାବିନେଟ ଓ ମନ୍ତ୍ରୀ ପରିଷଦର ଗୁରୁତ୍ବପୂର୍ଣ୍ଣ ବୈଠକ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ସନ୍ଧ୍ୟାରେ ଏହି ବୈଠକ ଅନୁଷ୍ଠିତ ହେବ । ୨୦୨୩-୨୪ ଆର୍ଥିକ ବର୍ଷ ପାଇଁ ଅତିରିକ୍ତ ବଜେଟ ଆଗତ ହେବାର ସମ୍ଭାବନା ରହିଛି  । ରାଜ୍ୟ କ୍ୟାବିନେଟ୍ ବୈଠକରେ ପ୍ରାୟ ୧୫ରୁ ଉର୍ଦ୍ଧ୍ବ ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବ ଉପସ୍ଥାପନ ଓ ଅନୁମୋଦନ ଲାଭ କରିପାରେ ବୋଲି କୁହାଯାଉଛି।

ଚଳିତ ଆର୍ଥିକ ବର୍ଷ ପାଇଁ ରାଜ୍ୟ ସରକାର ପ୍ରାୟ ୨୦ ହଜାର କୋଟି ଟଙ୍କାର ଅତିରିକ୍ତ ବଜେଟ ଆଣିପାରନ୍ତି। ସେହିପରି ମନ୍ତ୍ରୀ ପରିଷଦ ବୈଠକରେ ଅତିରିକ୍ତ ବଜେଟକୁ ଅନୁମୋଦିନ ମିଳିପାରେ ବୋଲି ସୂଚନା ରହିଛି  । ଆସନ୍ତା ୨୧  ତାରିଖରେ ବିଧାନସଭାର ବାଚସ୍ପତି ନିର୍ବାଚନ ହେବ  । ସେହିପରି ୨୨  ତାରିଖରୁ ମୌସୁମୀ ଅଧିବେଶନ ଆରମ୍ଭ ହୋଇ ଅକ୍ଟୋବର ୪ ତାରିଖ ପର୍ଯ୍ୟନ୍ତ ଚାଲିବ  । ଏହା ପୂର୍ବରୁ ଆଜି ରାଜ୍ୟ କ୍ୟାବିନେଟ୍ ଓ ମନ୍ତ୍ରୀ ପରିଷଦ ବୈଠକ ବସିବାକୁ ଯାଉଛି  । ତେଣୁ ଆଜି ବୈଠକରେ କଣ ନିଷ୍ପତ୍ତି ହେଉଛି , ତା ଉପରେ ସମସ୍ତଙ୍କର ନଜର ରହିଛି  ।

Leave A Reply

Your email address will not be published.