Latest Odisha News

BREAKING NEWS

ଆଜି ରାଜ୍ୟ କ୍ୟାବିନେଟ୍ ବୈଠକ, ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ବାଜିବ ମୋହର

ଭୁବନେଶ୍ୱର: ଆଜି ବସୁଛି ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ । ସକାଳ ସାଢ଼େ ୧୧ଟାରେ ଏହି ବୈଠକ ବସିବ । ଏଥିରେ ଅଧ୍ୟକ୍ଷତା କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭର୍ଚୁଆଲ୍ ମୋଡରେ କ୍ୟାବିନେଟ୍ ବୈଠକ ଅନୁଷ୍ଠିତ ହେବ । ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା ପରେ ବାଜିବ ମୋହର ।

୧୦ରୁ ଅଧିକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ ମିଳିପାରେ । ଏଥିରେ ପଞ୍ଚାୟତିରାଜ, ଅର୍ଥ, ରାଜସ୍ୱ, ପୂର୍ତ୍ତ ଓ ସାଧାରଣ ପ୍ରଶାସନ ବିଭାଗର ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ରହିଥିବା ସୂଚନା ମିଳିଛି । ଭୁବନେଶ୍ୱରରେ ଥିବା ମନ୍ତ୍ରୀମାନେ ଲୋକସେବା ଭବନ ଓ ବାହାରେ ଥିବା ମନ୍ତ୍ରୀ ଜିଲ୍ଲା ମୁଖ୍ୟାଳୟରୁ ଭିଡିଓ କନଫରେନ୍ସିଂ ଜରିଆରେ କ୍ୟାବିନେଟ୍ ବୈଠକରେ ସାମିଲ ହେବେ ।

Leave A Reply

Your email address will not be published.