Latest Odisha News

BREAKING NEWS

ରାଜ୍ୟ କ୍ୟାବିନେଟରେ ୧୨ଟି ପ୍ରସ୍ତାବକୁ ମଞ୍ଜୁରୀ

ଭୁବନେଶ୍ୱର: ଆଜି ରାଜ୍ୟ କ୍ୟାବିନେଟ୍ ବୈଠକରେ ୧୨ ଗୋଟି ପ୍ରସ୍ତାବକୁ ଅନୁମୋଦନ ମିଳିଥିବା ସୂଚନା ମିଳିଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା କ୍ୟାବିନେଟ୍ ବୈଠକରେ ବିଭିନ୍ନ ବିଭାଗର ୧୨ଟି ପ୍ରସ୍ତାବ ଅନୁମୋଦିତ ହୋଇଛି ।

ରାଜସ୍ୱ, ପଞ୍ଚାୟତିରାଜ, ଗୃହ ଓ ନଗର ଉନ୍ନୟନ ଆଦି ବିଭାଗର ପ୍ରସ୍ତାବକୁ ଅନୁମୋଦନ ଦେଇଛି ରାଜ୍ୟ କ୍ୟାବିନେଟ୍ । ସମବାୟ ସହକାରୀ ନିବନ୍ଧକ କ୍ୟାଡର ପୁନ ର୍ଗଠନ, ଯୋଗାଣ ବିଭାଗର ଘରୋଇ ଡିଲରଙ୍କ ପୁନଃ ନିଯୁକ୍ତି, ପଞ୍ଚାୟତ ନିର୍ବାହୀ ଅଧିକାରୀ ସମ୍ପର୍କିତ ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି ।

ଆପାର୍ଟମେଣ୍ଟ ଓନରସିପ୍ ବିଲ୍ ସମ୍ପର୍କିତ ପ୍ରସ୍ତାବକୁ ମଞ୍ଜୁରୀ ଦେଇଛି କ୍ୟାବିନେଟ୍ । ମୟୂରଭଞ୍ଜ ଜିଲ୍ଲାରେ ଏକ ଗୋଶାଳା ପାଇଁ ରାଜ୍ୟ ସରକାର ମାଗଣାରେ ଜମି ଯୋଗାଇ ଦେବେ ବୋଲି କ୍ୟାବିନେଟରେ ନିଷ୍ପତ୍ତି ନିଆ ଯାଇଛି ।

Leave A Reply

Your email address will not be published.