Latest Odisha News

BREAKING NEWS

[ଦେଖନ୍ତୁ ଭିଡିଓ] ରାଜ୍ୟ ମନ୍ତ୍ରୀ ମଣ୍ଡଳରୁ ଇସ୍ତଫା ଦେଲେ ସମସ୍ତ ମନ୍ତ୍ରୀ: ରାଜଭବନରେ ଆସନ୍ତାକାଲି ହେବ ଶପଥ ଗ୍ରହଣ

ଭୁବନେଶ୍ୱର: ରାଜ୍ୟ ମନ୍ତ୍ରୀ ମଣ୍ଡଳରୁ ଇସ୍ତଫା ଦେଲେ ସମସ୍ତ ମନ୍ତ୍ରୀ । ପ୍ରଥମ ଥର ମାଷ୍ଟରଷ୍ଟ୍ରୋକ ଖେଳିଛନ୍ତି ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ  । ସାମୁହିକ ମନ୍ତ୍ରୀ ପ୍ରଦାନ କରିଛନ୍ତି ଇସ୍ତଫା ପତ୍ର । ମନ୍ତ୍ରୀ ମଣ୍ଡଳରେ ପରିବର୍ତ୍ତନ ସହିତ ନୂତନ ମନ୍ତ୍ରୀମଣ୍ଡଳ ଗଠନ କରିବାକୁ ନିଷ୍ପତ୍ତି ନେଇଛନ୍ତି ମୁଖ୍ୟମନ୍ତ୍ରୀ  । ଆସନ୍ତା ମଧ୍ୟାହ୍ନ ୧୧.୪୫ରେ ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହେବ ।

ତେବେ କେଉଁ ମନ୍ତ୍ରୀ ଇସ୍ତଫା ଦେଇଛନ୍ତି ଓ କେଉଁ ପଦବୀରେ ସେମାନେ ରହିଥିଲେ । ମିଳିଥିବା ସୂଚନା ମୁତାବକ ମନ୍ତ୍ରୀମଣ୍ଡଳରେ ଥିବା ସମସ୍ତ ୨୦ ଜଣ ମନ୍ତ୍ରୀ ଇସ୍ତଫା ପ୍ରଦାନ କରିଛନ୍ତି  । ଏଥିସହିତ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ମଧ୍ୟ ନିଜ ପଦବୀରୁ ଇସ୍ତଫା ପ୍ରଦାନ କରିଛନ୍ତି  ।

ଆଜି ଇସ୍ତଫା ଦେଇଥିବା ମନ୍ତ୍ରୀମାନେ ହେଉଛନ୍ତି କୃଷି ଓ ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ କୁମାର ସାହୁ, ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ସ୍ବାସ୍ଥ୍ୟ ମନ୍ତ୍ରୀ ନବ କିଶୋର ଦାସ, ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା, ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁଦାମ ମାରାଣ୍ଡି  ଇସ୍ତଫା ଦେଇଛନ୍ତି , ଖଣି, ଇସ୍ପାତ ଓ ପୂର୍ତ୍ତ ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ, ପଞ୍ଚାୟତିରାଜ ଓ ଆଇନ ମନ୍ତ୍ରୀ ପ୍ରତାପ ଜେନା ଇସ୍ତଫା ଦେଇଛନ୍ତି ।

ଖାଦ୍ୟ ଓ ସମବାୟ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ, ଶ୍ରମ ଓ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ସୁଶାନ୍ତ ସିଂ, ମହିଳା ଓ ଶିଶୁ କଲ୍ୟାଣ ମନ୍ତ୍ରୀ ଟୁକୁନି ସାହୁ, ସାମାଜିକ ନ୍ୟାୟ ଓ ସଶକ୍ତିକରଣ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ଶକ୍ତି ଓ ଶିଳ୍ପ ମନ୍ତ୍ରୀ ଦିବ୍ୟ ଶଙ୍କର ମିଶ୍ର, ଏସସି, ଏସଟି ବିଭାଗ ମନ୍ତ୍ରୀ ଜଗନ୍ନାଥ ସାରକା, ଓଡ଼ିଆ ଭାଷା ଓ ସଂସ୍କୃତି ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ, ବୟନ ଓ ହସ୍ତତନ୍ତ ମନ୍ତ୍ରୀ ପଦ୍ମିନୀ ଦିଆନ, ଦକ୍ଷତା ବିକାଶ ମନ୍ତ୍ରୀ ପ୍ରେମାନନ୍ଦ ନାୟକ, ଜଳ ସମ୍ପଦ, ସୂଚନା ଓ ଲୋକସମ୍ପର୍କ ମନ୍ତ୍ରୀ ରଘୁନନ୍ଦନ ଦାସ, ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ, ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି ମନ୍ତ୍ରୀ ତୁଷାରକାନ୍ତି ବେହେରା ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସରକାରର ପ୍ରତି ପାଳିରେ ମନ୍ତ୍ରୀ ମଣ୍ଡଳ ପରିବର୍ତ୍ତନ କରିଛନ୍ତି  । ସେହିକ୍ରମରେ ଚଳିତ ଥର ମଧ୍ୟ ମନ୍ତ୍ରୀମଣ୍ଡଳ ପରିବର୍ତ୍ତନ କରିବାକୁ ଯାଉଛନ୍ତି  । କିନ୍ତୁ ସବୁଠାରୁ ବଡ଼ କଥା ହେଉଛି, ନବୀନ ପଟ୍ଟନାୟକ ପ୍ରଥମ ଥର ପାଇଁ ସମସ୍ତ ମନ୍ତ୍ରୀଙ୍କୁ ଇସ୍ତଫା ଦେବାକୁ କହିଛନ୍ତି  । ଏବଂ ସମସ୍ତ ୨୦ ଜଣ ମନ୍ତ୍ରୀ ସାମୁହିକ ଇସ୍ତଫା ପତ୍ର ପ୍ରଦାନ କରିଛନ୍ତି  ।

ନବୀନଙ୍କ ନୂଆ ଟିମରେ କିଛି ନୂଆ ଚେହେରା ସାମିଲ ହେବାକୁ ଥିବା ବେଳେ କିଛି ପୁରୁଣାଙ୍କୁ ନୂଆ ବିଭାଗ ଦିଆଯାଇପାରେ । ମନ୍ତ୍ରିମଣ୍ଡଳରେ ୧୦ରୁ ୧୨ ଜଣ ନୂଆ ମୁହଁ ସାମିଲ ହେବାକୁ ଥିବା ବେଳେ ଅନ୍ୟ ମନ୍ତ୍ରୀ ମାନଙ୍କ ବିଭାଗ ପରିବର୍ତ୍ତନ ହେବ ।  ଆସନ୍ତା ଜୁନ ୨୨ତାରିଖରୁ ରାଜ୍ୟ ବିଧାନସଭାର ବଜେଟ୍ ଅଧିବେଶନ ଆରମ୍ଭ ହେଉଥିବାରୁ ନୂଆ ମନ୍ତ୍ରିମଣ୍ଡଳ ଗଠନ ଜରୁରୀ ହୋଇପଡ଼ିଛି। ଅନ୍ୟପକ୍ଷରେ ନୂଆ ମନ୍ତ୍ରିମଣ୍ଡଳ ଶପଥ ନେବା ପାଇଁ ରାଜଭବନକୁ ପ୍ରସ୍ତୁତ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଜଣାଇ ଦିଆଯାଇଛି।

 

Leave A Reply

Your email address will not be published.