Latest Odisha News

BREAKING NEWS

ମାଲକାନଗିରିରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ମାଲକାନଗିରିରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ।

ମୋ ପାଇଁ ପ୍ରତିଟି ଜୀବନ ମୂଲ୍ୟବାନ । ମୁଁ ଚାହେଁ ସମସ୍ତେ ସୁସ୍ଥ ରୁହନ୍ତୁ । ଚିକିତ୍ସା ପାଇଁ ଟଙ୍କା କେବେ ବି ବାଧକ ନ ହେଉ। ଆଜି ମାଲକାନଗିରି ରେ smart health card ବଣ୍ଟନ ଆରମ୍ଭ କରି ମୁଖ୍ୟମନ୍ତ୍ରୀ ଏହା କହିଛନ୍ତି।

ବଣ୍ଡା ଜନଜାତି ମହିଳା ଶୁକ୍ରୀ ଧାଙ୍ଗଡା ମାଝୀଙ୍କୁ ଵିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ର ପ୍ରଥମ smart health card ପ୍ରଦାନ କରି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ମାଲକାନଗିରି ରୁ ସ୍ବାସ୍ଥ୍ୟ ସେବାର ଏହି ଐତିହାସିକ ଯାତ୍ରା ଆରମ୍ଭ କରିଛନ୍ତି ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ମୋ ପାଇଁ ପ୍ରତିଟି ଜୀବନ ମୂଲ୍ୟବାନ। ସେ ଚାଷୀ ହେଉ ବା ମୂଲିଆ, ଛୋଟ ଦୋକାନୀ ହେଉ, ବା ରିକ୍ସା ବାଲା, ଟ୍ରଲି ବାଲା କିମ୍ବା ଦୂର ଦୂରାନ୍ତରେ ରହୁଥିବା ଜନଜାତି ଭାଇ ଭଉଣୀ, ବା ସାଧାରଣ ଲୋକ, ସେ ଗାଁ ରେ ରହୁ ବା ସହରରେ, ସମସ୍ତଙ୍କ ଜୀବନ ମୋ ପାଇଁ ମୂଲ୍ୟବାନ ।

ମୁଁ ଚାହେଁ ସମସ୍ତେ ସୁସ୍ଥ ରୁହନ୍ତୁ । ଚିକିତ୍ସା ପାଇଁ ଟଙ୍କା କେବେ ବାଧକ ନ ହେଉ। ସମସ୍ତେ ସୁସ୍ଥ ରହି ନିଜ ପରିବାରର ଉନ୍ନତି ପାଇଁ କାମ କରନ୍ତୁ । ପ୍ରତି ପରିବାରର ଉନ୍ନତି ରେ ହିଁ ରାଜ୍ୟର ଉନ୍ନତି ବୋଲି ସେ କହିଥିଲେ।

ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ମହିଳା ମାନଙ୍କ ପାଇଁ ଚିକିତ୍ସା ଖର୍ଚ୍ଚ ୧୦ ଲକ୍ଷ ଟଙ୍କାକୁ ବୃଦ୍ଧି ପାଇଁ ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର।

ଆଗାମୀ ସେପ୍ଟେମ୍ବର ପହିଲାରୁ ଏହି ଯୋଜନା ଲାଗୁ ହେବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ।
ରାଜ୍ୟର ୯୬ ଲକ୍ଷ ପରିବାରକୁ ଏହି କାର୍ଡ ଦିଆଯିବ। ଏହି ନୂଆ ବ୍ୟବସ୍ଥାରେ ଆପଣଙ୍କୁ ହସ୍‌ପିଟାଲରେ କିଛି ଡକ୍ୟୁମେଣ୍ଟ ଦେବାକୁ ଦରକାର ପଡ଼ିବ ନାହିଁ ବୋଲି ସେ କହିଥିଲେ। କେବଳ ଏହି Smart Health Card ସାଥିରେ ନେଇ ହସପିଟାଲ ଯିବାକୁ ହେବ। ଦେଶର ୨୦୦ରୁ ଅଧିକ ବଡ ବଡ ହସ୍‌ପିଟାଲରେ ଏହି କାର୍ଡ ଜରିଆରେ ହିତାଧିକାରୀମାନେ ଚିକିତ୍ସା ସୁବିଧା ପାଇପାରିବେ ।

ଏହି କାର୍ଡରେ ପରିବାର ପାଇଁ ୫ ଲକ୍ଷ ଟଙ୍କା ଓ ମା ମାନଙ୍କ ପାଇଁ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସୁବିଧା ମିଳିବ ।

ଏଭଳି ସୁବିଧା ଦେବା ରେ ସାରା ଦେଶରେ ଓଡିଶା ପ୍ରଥମ । ଏହି କାର୍ଯ୍ୟକ୍ରମରେ ଯୋଗ ଦେଇ ସ୍ବାସ୍ଥ୍ୟ ମନ୍ତ୍ରୀ ଶ୍ରୀ ନବ ଦାସ ଓଡ଼ିଶାରେ ସ୍ବାସ୍ଥ୍ୟ ସେବା ବିକାଶ ଉପରେ ଆଲୋକପାତ କରିଥିଲେ ।
ସେ କହିଥିଲେ ଯେ ପ୍ରାକୃତିକ ବିପର୍ଯ୍ୟୟ ଠାରୁ ଆରମ୍ଭ କରି ସ୍ବାସ୍ଥ୍ୟ ସେବା ପର୍ଯ୍ୟନ୍ତ ସବୁ କ୍ଷେତ୍ରରେ ଆମ ମୁଖ୍ୟମନ୍ତ୍ରୀ ସାରା ଦେଶରେ ଆଦର୍ଶ ହୋଇଛନ୍ତି ।

Leave A Reply

Your email address will not be published.