Latest Odisha News

BREAKING NEWS

‘ଜଳସାଥୀ କାର୍ଯ୍ୟକ୍ରମ’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର: ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଦିନ ରେଳବାଇ ଅଡ଼ିଟୋରିୟମରେ ଜଳସାଥୀ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ଜଳସାଥୀମାନଙ୍କୁ ଜଳର ମାନ ପରୀକ୍ଷା କିଟ୍ ଓ ପି.ଓ.ଏସ ମେସିନ୍ ବଣ୍ଟନ କରିଛନ୍ତି । ଏହି କାର୍ଯ୍ୟକ୍ରମ ଆଜିଠାରୁ ଭୁବନେଶ୍ୱରର ୮ଟି ୱାର୍ଡ଼ରେ ଆରମ୍ଭ କରାଯାଇଛି ।

ଏଥିନିମନ୍ତେ ଡବ୍ଲ୍ୟୁଟିସିଓ ଓ ମହିଳା ସ୍ୱୟଂ ସହାୟକ ମହାସଂଘ ସହିତ ରାଜିନାମା ସ୍ୱାକ୍ଷରିତ ହୋଇଛି । ପରବର୍ତ୍ତୀ ପର୍ଯ୍ୟାୟରେ ଭୁବନେଶ୍ୱର ତଥା ରାଜ୍ୟର ସମସ୍ତ ସହରାଞ୍ଚଳରେ ସମ୍ପୂର୍ଣ୍ଣ ଭାବରେ ଏହା କାର୍ଯ୍ୟକାରୀ କରାଯିବ । ଏହାଦ୍ୱାରା ୧୨ ଲକ୍ଷରୁ ଅଧିକ ପରିବାରକୁ ଦୈନିକ ୯ ସହ ନିୟୁତ ପାନୀୟ ଜଳ ଯୋଗାଣର ବ୍ୟବସ୍ଥା କରାଯାଇଛି ।

ଏହି ଯୋଜନା ଦ୍ୱାରା ପ୍ରାୟ ୭୦ ଲକ୍ଷ ଲୋକ ଉପକୃତ ହୋଇପାରିବେ ।

ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ମନ୍ତ୍ରୀ ଟୁକୁନି ସାହୁ, ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ବିଧାୟକ ଅନନ୍ତ ନାରାୟଣ ଜେନା, ସୁଶାନ୍ତ ରାଉତ, ନଗର ଉନ୍ନୟନ ପ୍ରମୁଖ ସଚିବ ଜି ମାଥି ଭାତନାନ୍ ଓ ମିଶନ୍ ଶକ୍ତିର ସଚିବ ସୁଜାତା କାର୍ତ୍ତିକେୟନ୍ ମଧ୍ୟ ଉପସ୍ଥିତ ରହିଥିଲେ ।

Leave A Reply

Your email address will not be published.