Latest Odisha News

ଅର୍ଥ ମନ୍ତ୍ରୀଙ୍କ ହାତରେ ସ୍ୱାସ୍ଥ୍ୟ ବିଭାଗ ଦାୟିତ୍ୱ

ଭୁବନେଶ୍ୱର: ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସଙ୍କ ଅଚାନକ ମୃତ୍ୟୁ ପରେ ତାଙ୍କର ଦାୟିତ୍ୱ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କୁ ଦିଆଯାଇଛି । ଏବେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଦାୟିତ୍ୱ ନିରଞ୍ଜନଙ୍କ ହାତରେ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କୁ ଏହି ଦାୟିତ୍ୱ ହସ୍ତାନ୍ତର କରିଛନ୍ତି ।

ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କ ଅନୁମୋଦନ ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କୁ ଏହି ଦାୟିତ୍ୱ ଦେଇଥିବା ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଜାରି ଏକ ରିପୋର୍ଟରେ କୁହାଯାଇଛି ।

ସୂଚନାଥାଉ କି, ପୂର୍ବତନ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କର ରବିବାର ସନ୍ଧ୍ୟାରେ ଅକସ୍ମାତ ମୃତ୍ୟୁ ଘଟିଥିଲା । ନବଙ୍କ ସୁରକ୍ଷା ଦାୟିତ୍ୱରେ ଥିବା ପୋଲିସ ASI  ଗୋପାଳ ଦାସ ତାଙ୍କୁ ଅତି ନିକଟରୁ ଗୁଳି କରିଥିଲେ । ଆଜି ତାଙ୍କର ଅନ୍ତିମ ସଂସ୍କାର କରାଯିବ । ନବଙ୍କ ମୃତ୍ୟୁରେ ଓଡ଼ିଶା ସରକାର ତିନି ଦିନ ଶୋକ ଦିବସ ଘୋଷଣା କରିଛନ୍ତି ।

Comments are closed.