Latest Odisha News

BREAKING NEWS

ସହିଦ ୨ ଓଡ଼ିଆ ଯବାନଙ୍କ ପରିବାରକୁ ୨୫ ଲକ୍ଷ ଲେଖାଏଁ ଅନୁକମ୍ପା ରାଶି ଘୋଷଣା

ଭୁବନେଶ୍ୱର: ପୂର୍ବ ଲଦାଖର ଗଲୱାନା ଘାଟିରେ ସହିଦ ହୋଇଥିବା ଦୁଇ ଓଡ଼ିଆ ଯବାନଙ୍କ ପରିବାରକୁ ୨୫ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ରାଶି ମିଳିବ । ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଘୋଷଣା କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଏହି ରାଶି ପ୍ରଦାନ କରାଯିବ ।
ସେପଟେ ଦୁଇ ଓଡ଼ିଆ ଯବାନଙ୍କ ସହିଦରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଟ୍ୱିଟ୍‌ କରି କହିଛନ୍ତି, ‘ଲଦାଖ ଗଲୱାନ୍ ଘାଟିରେ ହୋଇଥିବା ସେନାର ସଂଘର୍ଷରେ ଦୁଇ ଓଡ଼ିଆ ଯବାନ ଚନ୍ଦ୍ରକାନ୍ତ ପ୍ରଧାନ ଓ ନନ୍ଦୁରାମ ସୋରେନଙ୍କ ଶହୀଦ ଖବର ମୋତେ ବ୍ୟଥିତ କରିଛି । ଦୁହିଁଙ୍କ ଦେଶପ୍ରେମ ଓ ବଳିଦାନ ଚିର ସ୍ମରଣୀୟ ରହିବ । ଉଭୟ ବୀରଙ୍କ ପରିବାରବର୍ଗଙ୍କ ପ୍ରତି ମୋର ସମବେଦନା ଜଣାଇବା ସହ ତାଙ୍କ ଅମର ଆତ୍ମାର ସଦଗତି କାମନା କରୁଛି ।

ସୂଚନାଯୋଗ୍ୟ, ଗଲଓ୍ଵାନ ଘାଟିରେ ଚଳିତ ମାସ ୧୫ ଓ ୧୬ ତାରିଖ ରାତିରେ ୨୦ ଜଣ ଭାରତୀୟ ଯବାନ ସହିଦ ହୋଇଥିଲେ। ଏଥିରେ ଓଡ଼ିଶାରୁ କନ୍ଧମାଳ ଜିଲ୍ଲାର ରାଇକିଆ ବ୍ଲକ୍‌ ବିଅରପାଙ୍ଗା ଗ୍ରାମର ଚନ୍ଦ୍ରକାନ୍ତ ପ୍ରଧାନ (୨୮) ଓ ମୟୂରଭଂଜ ଜିଲ୍ଲାର ରାଇରଙ୍ଗପୁର ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ବଡଚମ୍ପାଉଦା ଗ୍ରାମର ନନ୍ଦୁରାମ ସୋରେନ (୪୩) ସାମିଲ ଥିଲେ।

Leave A Reply

Your email address will not be published.