Latest Odisha News

BREAKING NEWS

ବାଣପୁର ଗ୍ୟାସ୍ ସିଲିଣ୍ଡର ବିସ୍ଫୋରଣରେ ମୃତକଙ୍କ ପରିବାରକୁ ମିଳିବ ୨ ଲକ୍ଷ ଟଙ୍କା ଅନୁକମ୍ପା ରାଶି

ଭୁବନେଶ୍ୱର: ଖୋର୍ଦ୍ଧା ଜିଲ୍ଲା ବାଣପୁର ଗମ୍ଭାରୀମୁଣ୍ଡା ଗାଁରେ ଗ୍ୟାସ୍ ସିଲିଣ୍ଡର ବିସ୍ଫୋରଣରେ ମୃତକଙ୍କ ପରିବାର ପାଇଁ ଅନୁକମ୍ପା ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ମୃତକଙ୍କ ପରିବାରକୁ ମିଳିବ ୨ ଲକ୍ଷ ଟଙ୍କା ସହାୟତା ରାଶି । ଏଥିସହ ଶୋକସନ୍ତପ୍ତ ପରିବାରକୁ ମୁଖ୍ୟମନ୍ତ୍ରୀ ସମବେଦନା ଜଣାଇଛନ୍ତି । ଗ୍ୟାସ୍ ସିଲିଣ୍ଡର ବିସ୍ଫୋରଣରେ ଜଣଙ୍କର ମୃତ୍ୟୁ ହୋଇଛି ।

ଏଥିସହ ଦୁର୍ଘଟଣାରେ ଗୁରୁତର ଆହତ ହୋଇ ଚିକିତ୍ସିତ ହେଉଥିବା ଲୋକଙ୍କୁ ଉତ୍ତମ ଚିକିତ୍ସା ଯୋଗାଇ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ସେମାନଙ୍କ ଦ୍ରୁତ ଆରୋଗ୍ୟ କାମନା କରିଛନ୍ତି । ଗତକାଲି ବାଣପୁର ଗମ୍ଭାରୀମୁଣ୍ଡା ଗାଁରେ ରବୀନ୍ଦ୍ର ପ୍ରଧାନଙ୍କ ଘରେ ରୋଷେଇ ବେଳେ ଗ୍ୟାସ୍ ଟାଙ୍କିରେ ନିଆଁ ଲାଗିଯାଇଥିଲା । ପରେ ଏଥିରେ ବିସ୍ଫୋରଣ ହୋଇଥିଲା । ଏଥିରେ ୭ ଜଣ ପୋଡ଼ି ଯାଇଥିଲେ ।

Leave A Reply

Your email address will not be published.