ଭୁବନେଶ୍ୱର: ପାଳଗଦାରେ ନିଆଁ ଲାଗି ୩ ଶିଶୁ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ମୃତ ୩ ଶିଶୁଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ରାଶି ଘୋଷଣା କରିଛନ୍ତି । ଏଥିସହ ଗୁରୁତର ଥିବା ଆଉ ଜଣେ ଶିଶୁଙ୍କୁ ସମ୍ପୂର୍ଣ୍ଣ ମାଗଣା ଚିକିତ୍ସା ଯୋଗାଇବା ପାଇଁ ହସ୍ପିଟାଲ କର୍ତ୍ତୁପକ୍ଷଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଆହତ ଶିଶୁଙ୍କ ଆଶୁ ଆରୋଗ୍ୟ ମଧ୍ୟ କାମନ କରିଛନ୍ତି ମୁଖ୍ୟମନ୍ତ୍ରୀ ।
ସେପଟେ ବ୍ରହ୍ମପୁର ଏମକେସିଜି ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ୩ଜଣଙ୍କର ମୃତ୍ୟୁ ହୋଇଛି । ମୃତକଙ୍କ ମଧ୍ୟରେ ୨ଜଣ ପୁଅ ଓ ଜଣେ ଝିଅ ଥିବା ସୂଚନା ମିଳିଛି । ଅନ୍ୟ ଜଣଙ୍କର ଗୁରୁତର ଅବସ୍ଥାରେ ମେଡିକାଲରେ ଚିକିତ୍ସା ଚାଲିଛି । ପାଳଗଦାରେ ଶିଶୁମାନଙ୍କର ଶରୀରର ପ୍ରାୟ ୮୦ ପ୍ରତିଶତ ପୋଡି ଯାଇଥିଲା । ପୋଲସରା ଅନ୍ତର୍ଗତ ଖରିଛଟା ଗାଁରେ ଘଟିଛି ଏହି ଅଭାବନୀୟ ଘଟଣା ।
BREAKING NEWS
- Weather Update: ୧୩ ଓ ୧୪ରେ ତଳମୁହାଁ ହେବ ପାରଦ, ଓଡ଼ିଶାକୁ ପୁଣି ଥରାଇବ ଶୀତ
- Suspicious Drones: ଏଲଓସିରେ ଦେଖାଗଲା ପାକିସ୍ତାନୀ ଡ୍ରୋନ୍, ହାଇଆଲର୍ଟରେ ସୁରକ୍ଷା ବାହିନୀ
- ଜଳିଗଲା ୨୦ରୁ ଅଧିକ ବାଇକ୍,ପୋଲିସ କରିଥିଲା ସିଜ୍
- ରେଳଷ୍ଟେସନରୁ ୫ ଆନ୍ତଃରାଜ୍ୟ ଚାଲାଣକାରୀ ଗିରଫ,ଗଞ୍ଜେଇ ଜବତ
- ଉଦୟଗିରିରେ ଅର୍ନ୍ତଜାତୀୟ ବୌଦ୍ଧ ସମ୍ମିଳନୀ ଉଦଘାଟିତ, ଦେଶ ବିଦେଶରୁ ଆସିଛନ୍ତି ୧୭୦୦ରୁ ବୌଦ୍ଧ ଧର୍ମାବଲମ୍ବୀ
- Cyber Fraud Busted: ପୋଲିସ ହାତରେ ଧରାପଡିଲେ ୧୨ ଆନ୍ତଃରାଜ୍ୟ ସାଇବର ଲୁଟେରା
- Hero Hockey India League:ହ୍ୟାଟ୍ରିକ ବିଜୟ ସହ ପଏଣ୍ଟ ଟେବୁଲର ଶୀର୍ଷରେ କଳିଙ୍ଗ ଲାନସର୍ସ
- କୋହଲି, ଗିଲଙ୍କ ଆକର୍ଷଣୀୟ ପ୍ରଦର୍ଶନ: ପ୍ରଥମ ଦିିନିକିଆରେ ଭାରତ ବିଜୟୀ
- ଆସନ୍ତା ୧୫ରେ ବରଗଡ଼ ବନ୍ଦ
- ଝାରସୁଗୁଡ଼ାରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ
Comments are closed.