ଭୁବନେଶ୍ୱର: ପାଳଗଦାରେ ନିଆଁ ଲାଗି ୩ ଶିଶୁ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ମୃତ ୩ ଶିଶୁଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ରାଶି ଘୋଷଣା କରିଛନ୍ତି । ଏଥିସହ ଗୁରୁତର ଥିବା ଆଉ ଜଣେ ଶିଶୁଙ୍କୁ ସମ୍ପୂର୍ଣ୍ଣ ମାଗଣା ଚିକିତ୍ସା ଯୋଗାଇବା ପାଇଁ ହସ୍ପିଟାଲ କର୍ତ୍ତୁପକ୍ଷଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଆହତ ଶିଶୁଙ୍କ ଆଶୁ ଆରୋଗ୍ୟ ମଧ୍ୟ କାମନ କରିଛନ୍ତି ମୁଖ୍ୟମନ୍ତ୍ରୀ ।
ସେପଟେ ବ୍ରହ୍ମପୁର ଏମକେସିଜି ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ୩ଜଣଙ୍କର ମୃତ୍ୟୁ ହୋଇଛି । ମୃତକଙ୍କ ମଧ୍ୟରେ ୨ଜଣ ପୁଅ ଓ ଜଣେ ଝିଅ ଥିବା ସୂଚନା ମିଳିଛି । ଅନ୍ୟ ଜଣଙ୍କର ଗୁରୁତର ଅବସ୍ଥାରେ ମେଡିକାଲରେ ଚିକିତ୍ସା ଚାଲିଛି । ପାଳଗଦାରେ ଶିଶୁମାନଙ୍କର ଶରୀରର ପ୍ରାୟ ୮୦ ପ୍ରତିଶତ ପୋଡି ଯାଇଥିଲା । ପୋଲସରା ଅନ୍ତର୍ଗତ ଖରିଛଟା ଗାଁରେ ଘଟିଛି ଏହି ଅଭାବନୀୟ ଘଟଣା ।
BREAKING NEWS
- ଓଡ଼ିଶା ରାଜ୍ୟ ଆଇନ ଆୟୋଗଙ୍କ ବାର୍ଷିକ ରିପୋର୍ଟ ଓ ନୂତନ ୱେବ୍ସାଇଟ୍ ଉନ୍ମୋଚିତ
- ଲସ୍କର-ଏ-ତୈବାର ଏକ ଆନ୍ତଃରାଜ୍ୟ ଆତଙ୍କବାଦୀ ମଡ୍ୟୁଲ୍ର ପର୍ଦ୍ଦାଫାସ୍, ୫ ଗିରଫ
- ଗିରଫ ହେଲେ ଅଷ୍ଟ୍ରେଲିଆର ପୂର୍ବତନ କ୍ରିକେଟର
- ରଗବୀ: ୧୭ ବର୍ଷରୁ କମ ବାଳିକା ବର୍ଗରେ ଓଡ଼ିଶା, ବାଳକ ବର୍ଗରେ ବିହାର ବିଜେତା
- ଆଇପିଏଲ: ପ୍ରତ୍ୟେକ ସିଜନରେ ଫ୍ରାଂଚାଇଜରଙ୍କ ହେଉଛି ୨୪୦୦ କୋଟି କ୍ଷତି !
- ପାକିସ୍ତାନକୁ ରାଜନାଥ ସିଂହଙ୍କ କଡା ବାର୍ତ୍ତା, ‘ଯଦି ତୁମେ ପଶ୍ଚିମବଙ୍ଗ ଆଡକୁ ନଜର ପକେଇବ, ତେବେ ତୁମକୁ….
- ଆଜି ରାତିରେ ଏକ ସଭ୍ୟତାର ଅନ୍ତ ହେବ, ୪୭ ବର୍ଷର ହିଂସାର ଅନ୍ତ ହେବ… ଇରାନକୁ ଟ୍ରମ୍ପଙ୍କ ଧମକ
- ମ୍ୟାଚ ଫିକ୍ସିଂ: ବାଂଲାଦେଶର ୭ ଖେଳାଳି ବାସନ୍ଦ
- ପଶ୍ଚିମବଙ୍ଗରେ ଭୋଟ ଆଗରୁ ବାଦ ପଡିଲେ ୯୦ ଲକ୍ଷ ଭୋଟର
- ପ୍ରବାସୀ ଶ୍ରମିକମାନଙ୍କ ସୁବିଧା ପାଇଁ ପେଟ୍ରୋଲିୟମ ସଚିବଙ୍କ ବଡ଼ ଘୋଷଣା
Comments are closed.