Latest Odisha News

BREAKING NEWS

ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ସମ୍ପନ୍ନ ହେବ କବି ରବି ସିଂଙ୍କ ଶେଷକୃତ୍ୟ

ଭୁବନେଶ୍ୱର: ପ୍ରଖ୍ୟାତ୍ କବି ରବି ସିଂଙ୍କ ଦେହାନ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିବା ସହିତ ତାଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ସମ୍ପନ୍ନ କରାଯିବ ବୋଲି ରବିବାର ଦିନ ପ୍ରକାଶ କରିଛନ୍ତି ।

ମୁଖ୍ୟମନ୍ତ୍ରୀ ଶୋକସନ୍ତପ୍ତ ପରିବାରକୁ ସମବେଦନା ଜଣାଇବା ସହ କହିଛନ୍ତି ଯେ “ବିପ୍ଳବୀ କବି ରବି ସିଂଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ଓଡ଼ିଆ ସାହିତ୍ୟ ଜଗତକୁ ସମୃଦ୍ଧ କରିଥିବା ତାଙ୍କ କ୍ରାନ୍ତିକାରୀ ରଚନା ତାଙ୍କୁ ସର୍ବଦା ସ୍ମରଣୀୟ କରି ରଖିବ। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ମୋର ସମବେଦନା ଜଣାଉଛି”।

ଏହାବ୍ୟତିତ ସାହିତ୍ୟ ଜଗତରେ ତାଙ୍କର ଉଲ୍ଲେଖନୀୟ ଅବଦାନ ଯୋଗୁଁ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ସ୍ୱର୍ଗତଃ ସିଂଙ୍କ ଅନ୍ତେ୍ୱଷ୍ଟି କ୍ରିୟା ମଧ୍ୟ ସମ୍ପନ୍ନ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ସମାଜବାଦ, ମାନବ ଅଧିକାର ଓ ଶ୍ରେଣୀହୀନ ସମାଜ ଭଳି ବାର୍ତ୍ତା ତାଙ୍କ କବିତାର ପ୍ରମୁଖ ବୈଶିଷ୍ଟ୍ୟ ରହିଥିଲା ।

Leave A Reply

Your email address will not be published.