Latest Odisha News

BREAKING NEWS

କାଲିଠୁ ନୀଳାଦ୍ରି ବିଜେ ପର୍ଯ୍ୟନ୍ତ ପୁରୀରେ ରହିବେ ୩ ମନ୍ତ୍ରୀ

ଭୁବନେଶ୍ୱର: କାଲିଠାରୁ ନୀଳାଦ୍ରି ବିଜେ ପର୍ଯ୍ୟନ୍ତ ପୁରୀରେ ରହିବେ ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା, ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଓ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ । ଏନେଇ ତାଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ।

ରଥଯାତ୍ରାର ଅବଶିଷ୍ଟ ରୀତିନୀତି ଯେପରି ଶ୍ରୁଙ୍ଖଳିତ ହେବ, ସେନେଇ ସୁନିଶ୍ଚିତ କରିବାକୁ ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ।

ନିଳାଦ୍ରୀ ବିଜେ ସରିବା ପର୍ଯ୍ୟନ୍ତ ପୁରୀ ଠାରେ ସକ୍ରିୟ ଭାବେ ଉପସ୍ଥିତ ରହି ଶ୍ରୀଗୁଣ୍ଡିଚା ଯାତ୍ରାର ଅବଶିଷ୍ଟ ରୀତିନୀତି ଯେପରି ସୁବ୍ୟବସ୍ଥିତ ଓ ଶୃଙ୍ଖଳିତ ଭାବେ ଅନୁଷ୍ଠିତ ହେବ ଏବଂ ଶ୍ରଦ୍ଧାଳୁ ତଥା ଭକ୍ତମାନଙ୍କର କୌଣସି ଅସୁବିଧା ବା ନହେବ ତାହା ସୁନିଶ୍ଚିତ କରିବାକୁ ଯତ୍ନବାନ ହେବାକୁ ମୁଖ୍ୟମନ୍ତ୍ରୀ ସେମାନଙ୍କୁ ପରାମର୍ଶ ଦେଇଛନ୍ତି।

Comments are closed.