Latest Odisha News

BREAKING NEWS

Rice Milling: ଚାଉଳ ମିଲିଂ ଖର୍ଚ୍ଚ ୨ ଗୁଣ ବୃଦ୍ଧି କଲେ ରାଜ୍ୟ ସରକାର

ଭୁବନେଶ୍ବର: ଚାଉଳର ମିଲିଂ ଖର୍ଚ୍ଚ ବୃଦ୍ଧି ପାଇଁ ନିଷ୍ପତ୍ତି ଗ୍ରହଣ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ରାଜ୍ୟର ଚାଷୀମାନଙ୍କ ଠାରୁ ସୁରୁଖୁରୁରେ ଧାନ ସଂଗ୍ରହ ପ୍ରକ୍ରିୟାକୁ ଆଗେଇ ନେବା ପାଇଁ ମୁଖ୍ୟମନ୍ତ୍ରୀ ଏହି ନିଷ୍ପତ୍ତି ଗ୍ରହଣ କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ଅନୁଯାୟୀ ଉଷୁନା ଚାଉଳର ମିଲିଂ ଦର ବର୍ତ୍ତମାନ କ୍ୱିଣ୍ଟାଲ ପିଛା ୨୦ ଟଙ୍କା ଥିବା ବେଳେ ଏହାକୁ ୪୦ ଟଙ୍କାକୁ ବୃଦ୍ଧି କରାଯାଇଛି ।

ସେହିପରି ଅରୁଆ ଚାଉଳର ମିଲିଂ ଦର କ୍ୱିଣ୍ଟାଲ ପିଛା ୧୦ ଟଙ୍କା ଥିବା ବେଳେ ଏହାକୁ ୨୦ ଟଙ୍କାକୁ ବୃଦ୍ଧି କରାଯାଇଛି ।

ମିଲିଂ ଖର୍ଚ୍ଚ ବୃଦ୍ଧି ହେବା ଫଳରେ ମିଲରମାନେ ଉତ୍ସାହର ସହ ଧାନ ସଂଗ୍ରହ ପ୍ରକ୍ରିୟାରେ ସାମିଲ ହେବେ।

ସୂଚନାଯୋଗ୍ୟ ଯେ,ଗତ କିଛି ବର୍ଷ ମଧ୍ୟରେ ଶ୍ରମିକ ମଜୁରୀ,ପେଟ୍ରୋଲ ଓ ଅନ୍ୟାନ୍ୟ ମିଲିଂ ସାମଗ୍ରୀର ଦର ବୃଦ୍ଧି ହୋଇଥିବା ବେଳେ ଅନ୍ୟାନ୍ୟ ରାଜ୍ୟରେ ମିଲିଂ ଦର ଆମ ରାଜ୍ୟ ଠାରୁ ଯଥେଷ୍ଟ ଅଧିକ ରହିଛି ।

 

Leave A Reply

Your email address will not be published.