Latest Odisha News

BREAKING NEWS

ହୋଲି ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଆଜି ରଙ୍ଗର ପର୍ବ ହୋଲି ।ଏନେଇ ପଲ୍ଲିଠୁ ସହର ସବୁ ଉତ୍ସବ ମୁଖର । ହୋଲି ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀ ଟ୍ୱିଟ କରି ରାଜ୍ୟବାସୀଙ୍କୁ ହୋଲିର ଶୁଭେଚ୍ଛା ଜଣାଇଛନ୍ତି । ସେ ଟ୍ୱିଟ କରି ଲେଖିଛନ୍ତି ରଙ୍ଗର ପର୍ବ ହୋଲି ଅବସରରେ ରାଜ୍ୟ ବାସୀଙ୍କୁ ମୋର ଆନ୍ତରିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଉଛି । ସମସ୍ତେ କୋଭିଡ ନିୟମ ପାଳନ କରି ହୋଲି ଉତ୍ସବରେ ସାମିଲ ହୁଅନ୍ତୁ । ସମସ୍ତେ ସୁସ୍ଥ ରୁହନ୍ତୁ ଓ ଖୁସିରେ ରୁହନ୍ତୁ ବୋଲି ମୁଖ୍ୟମନ୍ତ୍ରୀ ଟ୍ୱିଟ ମାଧ୍ୟମରେ ଲେଖିଛନ୍ତି ।

Leave A Reply

Your email address will not be published.