Latest Odisha News

BREAKING NEWS

କେନ୍ଦ୍ରାପଡ଼ାରେ ଏକ ବୃହତ୍ ପାନୀୟ ଜଳ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

କେନ୍ଦ୍ରାପଡ଼ା : କେନ୍ଦ୍ରାପଡ଼ା ଜିଲ୍ଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ପେଟାଛଳ ନିକଟସ୍ଥ ସାରୁମୁହିଁ ଠାରେ ଶନିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ‘ବସୁଧା’ ପ୍ରକଳ୍ପ ଅନ୍ତର୍ଗତ ଏକ ମେଗା ପାନୀୟ ଜଳଯୋଗାଣର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି।

ଅନ୍ୟପକ୍ଷରେ ୨୪୧ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବାକୁ ଥିବା ଏହି ପାନୀୟ ଜଳ ପ୍ରକଳ୍ପ ମାଧ୍ୟମରେ ଏହି ଜିଲ୍ଲାରେ ପାଖାପାଖି ୨୦୦ଟି ଗ୍ରାମ ଉପକୃତ ହେବା ନେଇ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ପକ୍ଷରୁ ସୂଚନା ମିଳିଛି ।

ଉଲ୍ଲେଖଯୋଗ୍ୟ, କେନ୍ଦ୍ରପଡ଼ା ଜିଲ୍ଲା ମହାକାଳପଡ଼ା ବ୍ଲକ ୧୪୮ଟି ଗାଁ ଓ ମାର୍ଶାଘାଇ ବ୍ଲକର ୫୨ଟି ଗାଁକୁ ବିଶୁଦ୍ଧ ପିଇବା ପାଣି ମିଳିପାରିବ। ରାଜ୍ୟ ସରକାରଙ୍କ ଏହି ଯୋଜନା ମାଧ୍ୟମରେ ସମସ୍ତଙ୍କୁ ବିଶୁଦ୍ଧ ପିଇବା ପାଣି ପିଇବାର ସୁବିଧା ମିଳିବ।

ଆହୁରି ମଧ୍ୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଡା ସୁରକ୍ଷା ବଳୟ ମଧ୍ୟରେ ଆଜି ଏହି ମେଗା ପାନୀୟ ଜଳଯୋଗାଣର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ।

ଏହି କାର୍ଯ୍ୟକ୍ରମ ଅବସରରେ କୃଷିମନ୍ତ୍ରୀ ପ୍ରଦୀପ ମହାରଥୀ, ସାଂସଦ ପ୍ରତାପ ଦେବ, ବିଧାୟକ ବେଦପ୍ରକାଶ ଅଗ୍ରୱାଲ ଓ ସ୍ଥାନୀୟ ବିଧାୟକ ଅତନୁ ସବ୍ୟସାଚୀ ନାୟକ ପ୍ରମୁଖ ଉପସ୍ଥିତ ରହିଥିଲେ।

Leave A Reply

Your email address will not be published.