ଭୁବନେଶ୍ୱର: କରୋନା ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠି (କୋଭିଡ-୧୯)କୁ ଛୁଟିଲା ସହାୟତାର ସୁଅ । ମାରାତ୍ମକ କରୋନା ଭୂତାଣୁର ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୩ ମାସର ଦରମା ଦାନ କରିବା ପାରେ ଆଜି ମନ୍ତ୍ରୀ ଓ ବିଧାୟକ ନିଜ ଦରମା ଦାନ କରିଛନ୍ତି ।
ମୁଖ୍ୟମନ୍ତ୍ରୀ ନୀବନ ପଟ୍ଟନାୟକଙ୍କ ଆହ୍ୱାନ କ୍ରମେ ୩ ମାସର ଦରମା କରୋନା ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିକୁ ପ୍ରାଦନ କରିଛନ୍ତି ପଂଚାୟତି ରାଜ ଓ ଆଇନ ମନ୍ତ୍ରୀ ପ୍ରଜାପ ଜେନା । ଏଥିସହ ତାଙ୍କ ନିର୍ବାଚନ ମଣ୍ଡଳୀ ମାହାଙ୍ଗା ସମେତ ନିଶ୍ଚିନ୍ତକୋଇଲିରେ ଭୂତାଣୁର ସଫଳ ମୁକାବିଲା ପାଇଁ ୧ କୋଟି ଟଙ୍କା ବିଧାୟକ ପାଣ୍ଠିରୁ ପ୍ରଦାନ କରିଛନ୍ତି ।
ରାଜ୍ୟସଭା ସାଂସଦ ସସ୍ମିତ ପାତ୍ର ୩ ମାସର ଭତ୍ତା ସହ ଦରମା ୩ଲକ୍ଷ ଟଙ୍କା କୋଭିଡ-୧୯ ରିଲିଫ ପଣ୍ଡକୁ ଦାନ କରିଛନ୍ତି । ସେହିପରି ଯାଜପୁର ବିଧାୟକ ପ୍ରଣବ ପ୍ରକାଶ ଦାସ ମଧ୍ୟ ନିଜ ନିର୍ବାଚନ ମଣ୍ଡଳୀରେ କରୋନା ମୁକାବିଲା ପାଇଁ ନିଜ ସମସ୍ତ ବିଧାୟକ ପାଣ୍ଠି ଟଙ୍କା ଦେଇଛନ୍ତି ।
ବିଧାୟକ ଅତନୁ ସବ୍ୟସାଚୀ ନାଏକ, କୃଷି ଓ ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ, ବିଧାୟିକା ଲତିକା ପ୍ରଧାନ ନିଜ ନିଜ ୩ ମାସର ଦରମା ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ଦେଇଛନ୍ତି । ସେହିପରି ସାଂସଦ ଅମର ପଟ୍ଟନାୟକ ସୁନ୍ଦରଗଡ ଜିଲ୍ଲାରେ ବିଭିନ୍ନ ଚିକିତ୍ସା ଉପକରଣ ପାଇଁ ୧ କୋଟି ଟଙ୍କା ଦାନ କରିଛନ୍ତି ।
କରୋନା ମୁକବିଲାରେ ରାଜ୍ୟ ସରକାରଙ୍କୁ ସହଯୋଗ ପାଇଁ ଓଡ଼ିଶା ଖଣି ନିଗମ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୫ଶହ କୋଟି ଟଙ୍କା ସହଯୋଗ କରିଛି । ସେହିପରି ଓଟିଡିସି ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୫ ଲକ୍ଷ ଟଙ୍କା ସହାୟତା ରାଶି ପ୍ରଦାନ କରିଛି ।
BREAKING NEWS
- ବନ୍ୟାରେ ଉବୁଟୁବୁ ଭଦ୍ରକ, ଆଜି ୧୬୬ ସ୍କୁଲ ବନ୍ଦ…
- ଟେକ୍-ଅଫର କିଛି ସମୟ ପରେ ସେନା ବିମାନ କ୍ରାସ, ୬ ମୃତ
- ଦୀର୍ଘ ୬ ବର୍ଷ ପରେ ଖୋଲିଲା ଗୁଣ୍ଡିଚା ମନ୍ଦିର
- ଆଜି ୪ ଘଣ୍ଟା ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ, ଜାଣନ୍ତୁ କାହିଁକି…
- ଆଜି ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ, ବିଭିନ୍ନ ସ୍ଥାନରେ ଟାୟାର ଜାଳି…
- ଜାମ୍ମୁ-କାଶ୍ମୀରର କଠୁଆରେ ବଡ଼ ଅଘଟଣ :ଯବାନଙ୍କ ଗୁଳିଚାଳନାରେ ୪ ସହକର୍ମୀ ମୃତ
- ଭିଜିଲାନ୍ସ ସ୍ୱତନ୍ତ୍ର କୋର୍ଟରେ ପୂର୍ବତନ ଆରଟିଓ ଦୋଷୀ ସାବ୍ୟସ୍ତ
- ଝାରସୁଗୁଡ଼ା ବେଦାନ୍ତ ଆଲୁମିନିୟମର ଶିଳ୍ପାଞ୍ଚଳ ଟାଉନସିପ୍କୁ ମିଳିଲା ‘ଏମ.କେ. ରାଉତ ପ୍ରଦୂଷଣ ନିୟନ୍ତ୍ରଣ ପ୍ରଶଂସା ପୁରସ୍କାର ୨୦୨୬’
- ବାୟୋ ଗ୍ୟାସ୍ ପ୍ରକଳ୍ପ: ୧୯ଟି ଶିଳ୍ପ ନିବେଶ ପ୍ରସ୍ତାବକୁ ଅନୁମୋଦନ, ସୃଷ୍ଟି ହେବ ୧୦୬୬୧ଟି ନିଯୁକ୍ତି ସୁଯୋଗ
- ଆସନ୍ତାକାଲି ଓଡ଼ିଶା ବନ୍ଦ; ରାଜ୍ୟର ସବୁ ଜିଲ୍ଲାପାଳଙ୍କୁ ଗୃହ ବିଭାଗର ସତର୍କ ସୂଚନା

Comments are closed.