Latest Odisha News

BREAKING NEWS

ଦିଲ୍ଲୀରେ ଓଡ଼ିଆ ଯୁବତୀଙ୍କୁ ଦୁଷ୍କର୍ମ ଘଟଣା: ସମୀକ୍ଷା କଲେ ମୋହନ ସରକାର

ନୂଆଦିଲ୍ଲୀ : ନୂଆଦିଲ୍ଲୀ ଗସ୍ତ ସମୟରେ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦିଲ୍ଲୀରେ ଓଡ଼ିଆ ଯୁବତୀଙ୍କୁ ଦୁଷ୍କର୍ମ ଘଟଣାର ବିଭିନ୍ନ ଦିଗ ସମ୍ପର୍କରେ ସମୀକ୍ଷା କରିଛନ୍ତି।ପୀଡିତାଙ୍କ ସ୍ୱାସ୍ଥ୍ୟବସ୍ଥା, ସୁସ୍ଥତା ଓ ଦିଲ୍ଲୀ ପୋଲିସ ଦ୍ୱାରା ଚାଲିଥିବା ତଦନ୍ତର ଅଗ୍ରଗତି ସମ୍ପର୍କରେ ମୁଖ୍ୟମନ୍ତ୍ରୀ ସମୀକ୍ଷା କରିଛନ୍ତି। ଏହି ଅବସରରେ ମହିଳା ଓ ଶିଶୁ ଅପରାଧ ନିରାକରଣ ଶାଖା( IG, CAW & CW) ଏସ. ସାଇନି ଏହି ମାମଲାର ଅଗ୍ରଗତି ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ସମସ୍ତ ସୂଚନା ପ୍ରଦାନ କରିଥିବା ଜାଣିବାକୁ ମିଳିଛି।

 

ଦୁଷ୍କର୍ମ ମାମଲାରେ ସମ୍ପୃକ୍ତ ଅଭିଯୁକ୍ତଙ୍କୁ ଚିହ୍ନଟ କରାଯିବା ସହ ଗିରଫ କରିବାକୁ ଓଡିଶା ପୋଲିସର ବରିଷ୍ଠ ପୋଲିସ ଅଧିକାରୀଗଣ ଦିଲ୍ଲୀ ପୋଲିସ ସହ ଯୋଗାଯୋଗରେ ଅଛନ୍ତି। ଏହି ଘଟଣାରେ ପୋଲିସ ଭାରତୀୟ ନ୍ୟାୟ ସଂହିତା ଧାରା ୭୦(୧) ଓ ୧୧୫(୨) ଅନୁଯାୟୀ ତଦନ୍ତ ଜାରି ରଖିଛି। ଉଲ୍ଲେଖଯୋଗ୍ୟ, ରାଜ୍ୟ ସରକାରଙ୍କ ସହଯୋଗରେ ପୀଡିତାଙ୍କ ପରିବାର ସଦସ୍ୟ ଘଟଣାସ୍ଥଳରେ ଉପସ୍ଥିତ ଅଛନ୍ତି।

Leave A Reply

Your email address will not be published.