Latest Odisha News

BREAKING NEWS

ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ, ରାଜ୍ୟର ସ୍ବାସ୍ଥ୍ୟ ବ୍ୟବସ୍ଥାକୁ ନେଇ ହେଲା ଗୁରୁତ୍ବପୂର୍ଣ୍ଣ ଆଲୋଚନା

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଜିଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ରାଜ୍ୟର ସ୍ବାସ୍ଥ୍ୟ ବ୍ୟବସ୍ଥାକୁ ନେଇ କଲେ ଗୁରୁତ୍ବପୂର୍ଣ୍ଣ ଆଲୋଚନା। କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ନଡ୍ଡାଙ୍କ ସହ ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ। ଆଜି ନିତି ଆୟୋଗ ବୈଠକରେ ପରେ ଉଭୟଙ୍କ ସହ ସାକ୍ଷାତ କଲେ ମୁଖ୍ୟମନ୍ତ୍ରୀ।

ଉଭୟଙ୍କ ସହ ସାକ୍ଷାତ ବେଳେ ରାଜ୍ୟର ସ୍ବାସ୍ଥ୍ୟ ବ୍ୟବସ୍ଥାକୁ ନେଇ ଗୁରୁତ୍ବପୂର୍ଣ୍ଣ ଆଲୋଚନା କଲେ। ଓଡ଼ିଶାରେ ସାର୍ବଜନୀନ ସ୍ବାସ୍ଥ୍ୟ ସୁରକ୍ଷା ପ୍ରତି ପ୍ରତିବଦ୍ଧତା ଉପରେ ଗୁରୁତ୍ବ ଦେଇଥିଲେ ମୁଖ୍ୟମନ୍ତ୍ରୀ। ସେହିପରି ଦୁର୍ଗମ ଅଞ୍ଚଳରେ ମେଡିକାଲ ଭିତ୍ତିଭୂମି, ଡାକ୍ତରୀ ଶିକ୍ଷା ଉପରେ ମଧ୍ୟ ଆଲୋଚନା କରିଛନ୍ତି।

ମୁଖ୍ୟମନ୍ତ୍ରୀ ନୂଆଦିଲ୍ଲୀ ଠାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସାକ୍ଷାତ କରିଥିବା ନେଇ ପ୍ରଧାନମନ୍ତ୍ରୀ ତାଙ୍କ ଏକ୍ସ ପୋଷ୍ଟରେ ଉଲ୍ଲେଖ କରିଛନ୍ତି।

Comments are closed.