Latest Odisha News

BREAKING NEWS

ଆଇନଶୃଙ୍ଖଳା ସ୍ଥିତି ସମୀକ୍ଷା କରୁଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସହିତ ପୋଲିସ ମହାନିର୍ଦ୍ଦେଶକ ଅରୁଣ ଷଡଙ୍ଗୀ ଓ ବରିଷ୍ଠ ପୋଲିସ ଅଧିକାରୀ ମାନେ ସୌଜନ୍ୟମୂଳକ ସାକ୍ଷାତ ଆଲୋଚନା କରୁଛନ୍ତି। ଆଇନଶୃଙ୍ଖଳା ସ୍ଥିତି ସମୀକ୍ଷା କରୁଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ରାଜ୍ୟ ଅତିଥିଭବନରେ ସମୀକ୍ଷା କରୁଛନ୍ତି। ବୈଠକରେ ପୋଲିସ ମହାନିର୍ଦ୍ଦେଶକ, ଗୁଇନ୍ଦା ନିର୍ଦ୍ଦେଶକ ଉପସ୍ଥିତ ଅଛନ୍ତି।

ସେହିପରି ଗୃହ ବିଭାଗର ସ୍ବତନ୍ତ୍ର ସଚିବ, ଗୁଇନ୍ଦା ଆଇଜି ମଧ୍ୟ ଉପସ୍ଥିତ ଅଛନ୍ତି। ଆଇନଶୃଙ୍ଖଳା ଡିଜି ଓ ଅନ୍ୟ ବରିଷ୍ଠ ଅଧିକାରୀଙ୍କୁ ନେଇ କରୁଛନ୍ତି ସମୀକ୍ଷା। ମିଳିଥିବା ସୂଚନା ଅନୁସାରେ ରାଜ୍ୟ ପୋଲିସ ଡିଜିଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିର୍ଦ୍ଦେଶ ଦେଇଛନ୍ତି। ଥାନାକୁ ଆସୁଥିବା ଅଭିଯୋଗକାରୀ ଯେପରି ହଇରାଣ ନହୁଅନ୍ତି ସେଥିପ୍ରତି ଦୃଷ୍ଟି ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି।

ପୋଲିସ ଲୋକଙ୍କୁ ଉତ୍ତମ ବ୍ୟବହାର କରୁ । ଲୋକଙ୍କୁ ଗୁଣାତ୍ମକ ସେବା ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେବା ସହ ରାଜ୍ୟର ଆଇନ ଶୃଙ୍ଖଳା ବ୍ୟବସ୍ଥାର ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ।

Leave A Reply

Your email address will not be published.