Latest Odisha News

BREAKING NEWS

ଯାଜପୁର ସରକାରୀ ପଲିଟେକନିକରେ ଅଧ୍ୟାପକଙ୍କ ବିଶୃଙ୍ଖଳିତ ଆଚରଣ, ୩ ନିଲମ୍ବିତ…

ଭୁବନେଶ୍ୱର: ବିଶୃଙ୍ଖଳିତ ଆଚରଣ ପାଇଁ ଯାଜପୁର ସରକାରୀ ପଲିଟେକ୍‌ନିକ୍‌ରେ କାର୍ଯ୍ୟରତ ତିନି ଜଣ ଅଧ୍ୟାପକ, ଅଧ୍ୟାପିକାଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶରେ ନିଲମ୍ୱିତ କରାଯାଇଛି ।

ଏମାନେ ହେଲେ ବରିଷ୍ଠ ଅଧ୍ୟାପକ ନୃସିଂହ ଚରଣ ବେହେରା, ଅଧ୍ୟାପକ ସନ୍ଦୀପ ମହାପାତ୍ର ଏବଂ ଅଧ୍ୟାପିକା ପି. ଆରାଧନା । ଅଭିଯୋଗ ଅନୁଯାୟୀ ଅକ୍ଟୋବର ୨୬ ତାରିଖରେ ଏକ ବୈଠକ ରେ ଏବଂ ପରବର୍ତ୍ତୀ ସମୟରେ ଏହି ଅଧ୍ୟାପକମାନେ ନିଜ ନିଜ ଭିତରେ ଯୁକ୍ତିତର୍କ, ମାରପିଟ ଏବଂ ଅନ୍ୟାନ୍ୟ ମର୍ଯ୍ୟାଦାହୀନ କାର୍ଯ୍ୟରେ ସଂପୃକ୍ତ ହୋଇଥିଲେ।

ଅଧ୍ୟାପନା ଭଳି ଏକ ମର୍ଯ୍ୟାଦାଜନକ ବୃତ୍ତିରେ ଥାଇ ମଧ୍ୟ ବୈଠକରେ ଏବଂ ଛାତ୍ରଛାତ୍ରୀଙ୍କ ଉପସ୍ଥିତିରେ ଏଭଳି ମର୍ଯ୍ୟାଦାବିହୀନ କାର୍ଯ୍ୟରେ ଜଡ଼ିତ ହେବା ଦ୍ୱାରା ସେମାନେ ଶିକ୍ଷାନୁଷ୍ଠାନର ଭାବମୂର୍ତ୍ତୀ ଉପରେ ଆଞ୍ଚ ଆଣିବା ସହିତ ସମଗ୍ର ଅନୁଷ୍ଠାନର ଶୈକ୍ଷିକ ପରିବେଶ ଉପରେ ଗୁରୁତର ପ୍ରତିକୂଳ ପ୍ରଭାବ ପକାଇଛନ୍ତି।

ଯାହାକୁ ନେଇ ମୁଖ୍ୟମନ୍ତ୍ରୀ ଏହି ତିନି ଜଣ ଅଧ୍ୟାପକଙ୍କୁ ନିଲମ୍ୱିତ କରିବା ସହିତ ସେମାନଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।

Leave A Reply

Your email address will not be published.