Latest Odisha News

BREAKING NEWS

ଦୁଇ ଦିନିଆ ମୁମ୍ବାଇ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ନିବେଶ ଟାଣିବାକୁ କରିବେ ରୋଡ୍ ଶୋ’

ଭୁବନେଶ୍ୱର: ଦୁଇ ଦିନିଆ ମୁମ୍ବାଇ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଆସନ୍ତା ୧୮ ତାରିଖରୁ ଦୁଇ ଦିନିଆ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ। ଏହି ଗସ୍ତ ଅବସରରେ ନିବେଶକଙ୍କୁ ଭେଟି ନିବେଶ ସଂପର୍କରେ ଆଲୋଚନା କରିବେ। ଓଡ଼ିଶାକୁ ଅଧିକ ପୁଞ୍ଜିପତିଙ୍କୁ ଆକୃଷ୍ଟ କରିବା ସହ ନିବେଶ ଟାଣିବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁମ୍ବାଇ ଗସ୍ତରେ ଯିବେ ।

ମୁଖ୍ୟମନ୍ତ୍ରୀ ମୁମ୍ବାଇରେ ନିବେଶକଙ୍କୁ ଭେଟି ଓଡ଼ିଶା ଆସିବାକୁ ନିମନ୍ତ୍ରଣ କରିବେ। ଓଡ଼ିଶାରେ ଶିଳ୍ପାୟନ ପାଇଁ ଥିବା ସମ୍ଭାବନା ସଂପର୍କରେ ଶିଳ୍ପ ବିଭାଗ ପକ୍ଷରୁ ସେଠାରେ ଏକ ରୋଡ ଶୋ’ରେ ମଧ୍ୟ ଯୋଗ ଦେବେ। କେନ୍ଦୁଝରରେ ଏକ ଇସ୍ପାତ କାରଖାନା ପ୍ରତିଷ୍ଠା ପାଇଁ ସେ ନିବେଶକଙ୍କ ସହ ଆଲୋଚନା କରିବେ। କେନ୍ଦୁଝର ଗସ୍ତରେ ଯାଇ ଏ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ।

ସୂଚନାଯୋଗ୍ୟ, ଚଳିତ ମାସ ପ୍ରଥମ ସପ୍ତାହରେ ମୁଖ୍ୟମନ୍ତ୍ରୀ ନୂଆଦିଲ୍ଲୀ ଯାଇ ବିଭିନ୍ନ ଦେଶର ରାଷ୍ଟ୍ରଦୂତ, ହାଇ କମିଶନର, ବାଣିଜ୍ୟିକ କମିଶନର ଓ ପୁଞ୍ଜିପତିମାନଙ୍କ ସହ ଓଡ଼ିଶାରେ ନିବେଶ ନେଇ ଆଲୋଚନା କରିଥିଲେ। ସେମାନଙ୍କୁ ଭରସା ଓ ପ୍ରତିଶ୍ରୁତି ଦେଇଥିଲେ, ଶିଳ୍ପାୟନକୁ ନୂଆ ଉଚ୍ଚତାକୁ ନେବାକୁ ରାଜ୍ୟ ନିଷ୍ପତ୍ତି ନେଇଛି। ଆପଣମାନେ ଓଡ଼ିଶା ଆସନ୍ତୁ। ସେଠାରେ ନିବେଶ ରୋଡ୍‌ ଶୋରେ ମଧ୍ୟ ମୁଖ୍ୟମନ୍ତ୍ରୀ ଯୋଗ ଦେଇଥିଲେ। ଉତ୍କର୍ଷ ଓଡ଼ିଶା: ମେକ୍‌ ଇନ ଓଡ଼ିଶା କନ୍‌କ୍ଲେଭ ୨୦୨୫ ପାଇଁ ସେ ନିବେଶକମାନଙ୍କୁ ନିମନ୍ତ୍ରଣ କରିଥିଲେ। ଆସନ୍ତା ଜାନୁଆରୀ ୨୮ ଓ ୨୯ରେ ଦୁଇଦିନ ଧରି ଏ ସମ୍ମିଳନୀ ଆୟୋଜିତ ହେବାକୁ ଯାଉଛି। ତେଣୁଅଧିକ ନିବେଶ ଭିଡ଼ିବାକୁ ମୁଖ୍ୟମନ୍ତ୍ରୀ ୧୭ରେ ମୁମ୍ବାଇ ଗସ୍ତରେ ଯାଇ ରୋଡ ଶୋ’ କରିବେ ବୋଲି ଜଣାପଡ଼ିଛି ।

Leave A Reply

Your email address will not be published.