Latest Odisha News

BREAKING NEWS

ମ୍ୟାଟ୍ରିକ୍ ପରୀକ୍ଷାରେ ଉତ୍ତୀର୍ଣ୍ଣ ଛାତ୍ରଛାତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ୨୦୧୯ ବର୍ଷର ବାର୍ଷିକ ମ୍ୟାଟ୍ରିକ ପରୀକ୍ଷା ଫଳ ଆଜି ପ୍ରକାଶ ପାଇଥିବାବେଳେ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଥିବା ଛାତ୍ରଛାତ୍ରୀଙ୍କୁ ଶୁଭେଚ୍ଛା ବାର୍ତ୍ତା ଜଣାଇଛନ୍ତି ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ଏନେଇ ମୁଖ୍ୟମନ୍ତ୍ରୀ ନବୀନ ନିଜ ଅଫିସିଆଲ୍ ଟ୍ଵିଟର୍ ଆକାଉଣ୍ଟରେ ଟ୍ୱିଟ୍ କରିଛନ୍ତି ‘ଦଶମ ବୋର୍ଡ ପରୀକ୍ଷାର କୃତି ଛାତ୍ରଛାତ୍ରୀଙ୍କୁ ମୋର ଆନ୍ତରିକ ଶୁଭେଚ୍ଛା। ସମସ୍ତଙ୍କ ଉଜ୍ଜ୍ୱଳ ଭବିଷ୍ୟତ କାମନା କରୁଛି।’

ଚଳିତ ବର୍ଷ ମ୍ୟାଟ୍ରିକ୍ ପରୀକ୍ଷା ପାସ୍ ହାର ୭୦.୭୮ % ଥିବା ଜଣାଯାଇଛି। ଗତ ବର୍ଷ ତୁଳନାରେ ଏଥର କମ୍ ସଂଖ୍ୟକ ଛାତ୍ରଛାତ୍ରୀ ପାସ୍ କରିଛନ୍ତି।

ଏଥର ପୁଅଙ୍କ ତୁଳନାରେ ଝିଅମାନେ ବାଜିମାତ୍ କରିଛନ୍ତି । ଉତ୍ତିର୍ଣ୍ଣ ପରୀକ୍ଷାର୍ଥୀଙ୍କ ମଧ୍ୟରୁ ୨ ଲକ୍ଷ ୫ ହଜାର ୪୭୦ ଛାତ୍ରୀ ଥିବାବେଳେ ୧ ଲକ୍ଷ ୯୧ ହଜାର ୬୫୫ ଛାତ୍ର ଅଛନ୍ତି।

Leave A Reply

Your email address will not be published.