Latest Odisha News

BREAKING NEWS

ନିର୍ମାଣ ଶ୍ରମିକଙ୍କ ପାଇଁ ୩୮୫ କୋଟିର କୋଭିଡ ସହାୟତା ଘୋଷଣା

ଭୁବନେଶ୍ୱର: ନିର୍ମାଣ ଶ୍ରମିକଙ୍କ ପାଇଁ ୩୮୫ କୋଟି ଟଙ୍କାର ସ୍ଵତନ୍ତ୍ର କୋଭିଡ ସହାୟତା । ୨୬ ଲକ୍ଷ ଶ୍ରମିକ ପାଇଲେ ୩୮୫ କୋଟି । ଏହାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭିସି ଜରିଆରେ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ । ରାଜ୍ୟର ୯ଟି ଜିଲ୍ଲାର ୧୮ ଟି ସ୍ଥାନରେ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା । ବ୍ଲକର ବିଡିଓଙ୍କ ସହି ଶ୍ରମ, କର୍ମଚାରୀ ଓ ରାଜ୍ୟ ଵୀମା ବିଭାଗର ଅଧିକାରୀ ଏବଂ ନିର୍ମାଣ ଶ୍ରମିକମାନେ ସାମିଲ ହୋଇଥିଲେ ।

ପ୍ରତ୍ୟେକ ଶ୍ରମିକଙ୍କୁ ୧୫୦୦ ଟଙ୍କାର ସ୍ଵତନ୍ତ୍ର କୋଭିଡ ସହାୟତା ଦିଆଯାଇଥିଲା । ଓଡ଼ିଶାରେ ପାଖାପାଖି ୧ କୋଟି ୬୫ ଲକ୍ଷ ଶ୍ରମିକ ଅଛନ୍ତି । ଏମାନଙ୍କ ମଧ୍ୟରୁ ୩୧ ଲକ୍ଷ ନିର୍ମାଣ ଶ୍ରମିକ ଥିବାବେଳେ, ପାଖାପାଖି ୧୩ ଲକ୍ଷ ବାହାର ରାଜ୍ୟରୁ ଆସି ଏଠାରେ କାମ କରୁଛନ୍ତି । ସେହି ହିସାବରେ ୧୫ ଲକ୍ଷରୁ ଅଧିକ ପ୍ରବାସୀ ଓଡ଼ିଆ ବାହାର ରାଜ୍ୟରେ କାମ କରୁଛନ୍ତି ।

ଗରିବ ଲୋକଙ୍କୁ ତାଙ୍କ ଅଧିକାରରୁ କେହି ବି ବଞ୍ଚିତ କରିପାରିବେ ନାହିଁ । ଗରିବ ଲୋକଙ୍କର ସମ୍ମାନର ସହ ବଞ୍ଚିବାର ସମସ୍ତ ଅଧିକାର ରହିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଆଜି ନିର୍ମାଣ ଶ୍ରମିକ ମାନଙ୍କୁ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ କୋଭିଡ ସହାୟତା ପ୍ରଦାନ କରିବା ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହା କହିଛନ୍ତି ।

ଅର୍ଥନୀତିରେ ଶ୍ରମିକ ମାନଙ୍କ ଗୁରୁତ୍ବ ବିଷୟରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଶ୍ରମିକ ମାନଙ୍କ କଲ୍ୟାଣ ବିନା ଅର୍ଥନୀତି କେବେ ବି ସମୃଦ୍ଧ ହୋଇପାରିବ ନାହିଁ । ନିର୍ମାଣ ଶ୍ରମିକ ମାନଙ୍କୁ ଜଣେ ଜଣେ ବିଶ୍ବକର୍ମା ଭାବରେ ବର୍ଣ୍ଣନା କରିଥିଲେ  ନିଜେ ଅସୁବିଧାରେ ରହି ଅନ୍ୟ ପାଇଁ ଭଲ ଘର ତିଆରି କରନ୍ତି । ରାସ୍ତା, ସେତୁ ଆଦି କରନ୍ତି । ବିକାଶର ପ୍ରତିଟି ପୃଷ୍ଠାରେ ରହିଛି ଆମର ନିର୍ମାଣ ଶ୍ରମିକ ମାନଙ୍କର ତ୍ୟାଗ ଓ ପରିଶ୍ରମର କାହାଣୀ ।

ଏହି ସହାୟତା ପାଇଥିବାରୁ ନିର୍ମାଣ ଶ୍ରମିକ ମାନେ ମୁଖ୍ୟମନ୍ତ୍ରୀଙ୍କୁ ତାଙ୍କର ଆନ୍ତରିକ କୃତଜ୍ଞତା ଜଣାଇଥିଲେ ।  ସମସ୍ତଙ୍କ ମୁହଁରେ ଗୋଟିଏ ଭାଷା ଥିଲା – ଧନ୍ୟବାଦ ମୁଖ୍ୟମନ୍ତ୍ରୀ ଆଜ୍ଞା। ଆପଣଙ୍କ ସହାୟତା ଆମକୁ ଏ ବିପଦ ସମୟରେ ବଞ୍ଚିବର ରାହା ଦେଇଛି । ଗତ ବର୍ଷ ୧୫୦୦ ଟଙ୍କା ପାଇଥିଲୁ, ଏ ବର୍ଷ ମଧ୍ୟ ପାଇଲୁ । ତାସହିତ ପିଲାଙ୍କ ପାଠପଢା, ସାଇକେଲ, ଝିଅ ବାହାଘର – ସବୁ ସମୟରେ ଆମେ ସହାୟତା ପାଉଛୁ ବୋଲି ଖୁସିରେ ମୁଖ୍ୟମନ୍ତ୍ରୀଙ୍କୁ ଜଣାଇଥିଲେ ।

ବୋର୍ଡ ଅଧୀନରେ ନିର୍ମାଣ ଶ୍ରମିକ ମାନଙ୍କ ପାଇଁ ୩୨ଟି ଯୋଜନା କାର୍ଯ୍ୟକାରୀ କରାଯାଉଛି ଏବଂ ଏହିସବୁ ସେବାକୁ ୫-ଟି ଜରିଆରେ ଦକ୍ଷତାର ସହ ତୁରନ୍ତ ଯୋଗାଇ ଦିଆଯାଉଛି ।

Leave A Reply

Your email address will not be published.