Latest Odisha News

BREAKING NEWS

‘ସ୍ୱାସ୍ଥ୍ୟସେବାରେ ଓଡ଼ିଶାର ନୂଆ ବିପ୍ଲବ’: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀଙ୍କ ମିଶନ ମୟୁରଭଞ୍ଜ । ଓଡ଼ିଶାରେ ସ୍ୱାସ୍ଥ୍ୟସେବାର ‘ସ୍ମାର୍ଟ’ ଯୁଗର ମହାବିପ୍ଲବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବାରିପଦା ମୟୁରଭଞ୍ଜ ସହିଦ ସ୍ମୃତି ଭବନରେ ପହଞ୍ଚି ଆୟୋଜିତ କାର୍ଯ୍ୟକ୍ରମରେ ଉଦବୋଧନ ଦେଇଛନ୍ତି । ଏହା ସହ ବିଭିନ୍ନ ପ୍ରକଳ୍ପର ଉଦଘାଟନ ସହ ଶିଳାନ୍ୟାସ କରିଛନ୍ତି ।

ମୟୂରଭଞ୍ଜରେ BSKYର ସ୍ମାର୍ଟ କାର୍ଡ ବଣ୍ଟନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ନିଜ ହାତରେ ମୁଖ୍ୟମନ୍ତ୍ରୀ ସ୍ମାର୍ଟ କାର୍ଡ ବାଣ୍ଟିଛନ୍ତି। ସାରା ଦେଶରେ ପ୍ରଥମ ଥର ପାଇଁ ସ୍ୱାସ୍ଥ୍ୟ ଚିକିତ୍ସା କ୍ଷେତ୍ରରେ ଓଡ଼ିଶା ଆଣିଲା ନୂଆ ବିପ୍ଳବ। ସ୍ମାର୍ଟ ସ୍ୱାସ୍ଥ୍ୟ କାର୍ଡ଼ ଦେବାରେ ଦେଶରେ ପ୍ରଥମ ରାଜ୍ୟ ଓଡ଼ିଶା। ବିଜୁ ସ୍ୱାସ୍ଥ୍ୟ କାର୍ଡ ବାଣ୍ଟିବା ସହ ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ ଓ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ। ସହିଦ ସ୍ମୃତିଭବନ ପରିସରରେ ହିତାଧିକାରୀଙ୍କୁ ମୁଖ୍ୟମନ୍ତ୍ରୀ ବିଜୁ ସ୍ଵାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ କାର୍ଡ ବଣ୍ଟନ କରିଛନ୍ତି।ମୟୂରଭଞ୍ଜ ଜିଲ୍ଲାରେ ୬ଲକ୍ଷ ହିତାଧିକାରୀ ବିଏସକେୱାଇ ସ୍ମାର୍ଟକାର୍ଡର ଲାଭ ପାଇବେ। ସେହିପରି ଜିଲ୍ଲାବାସୀଙ୍କ ଉଦ୍ଦେଶ୍ୟରେ ୨ ହଜାର କୋଟିରୁ ଉର୍ଦ୍ଧ୍ଵ ଟଙ୍କାର ପ୍ରକଳ୍ପ ଭେଟିଦେଇଛନ୍ତି ନବୀନ। ୪୦୫ଟି ପ୍ରକଳ୍ପର ଶିଳାନ୍ୟାସ ସହିତ ୧୩୪ଟି ପ୍ରକଳ୍ପ ଲୋକାର୍ପଣ  କରିଛନ୍ତି ମୁଖ୍ୟମନ୍ତ୍ରୀ। ସୁସ୍ଥ ଓଡ଼ିଶା ଓ ସୁଖୀ ଓଡ଼ିଶାର ଲକ୍ଷ୍ୟ ରଖି ଅଗଷ୍ଟ ୧୫ ତାରିଖରୁ ଏହି ଡିଜିଟାଲ କାର୍ଡର ଶୁଭାରମ୍ଭ କରିଥିଲେ ମୁଖ୍ୟମନ୍ତ୍ରୀ। ବିଜୁ ସ୍ୱାସ୍ଥ୍ୟ କାର୍ଡରେ ମହିଳାମାନେ ୧୦ଲକ୍ଷ ଓ ପୁରୁଷମାନେ ୫ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସହାୟତା ପାଇବେ। ରାଜ୍ୟର ୯୬ ଲକ୍ଷ ପରିବାରର ସାଢେ ୩କୋଟି ଲୋକ ଏହି ଯୋଜନାରେ ଉପକୃତ ହେବେ।ନିଜ ଉଦବୋଧନରେ ନବୀନ କହିଛନ୍ତି, ମୟୂରଭଞ୍ଜ ଆମ ଓଡ଼ିଶାର ଏକ ବଡ଼ ଜିଲ୍ଲା। ମୟୂରଭଞ୍ଜ ଲୋକଙ୍କ ହୃଦୟ ବହୁତ ବଡ଼। ବିକାଶର ଦିଗରେ ମୟୂରଭଞ୍ଜର ବଡ଼ ଅବଦାନ ରହିଛି। ପୂର୍ବତନ ମହାରାଜା ପୁର୍ଣ୍ଣଚନ୍ଦ୍ର ଭଞ୍ଜଦେଓ ଏବଂ ଶ୍ରୀରାମଚନ୍ଦ୍ର ଭଞ୍ଜଦେବଙ୍କର ରହିଛି ଗୁରୁତ୍ୱପୂର୍ଣ୍ଣ ଭୁମିକା। ବିଏସ୍‌କେଓ୍ୱାଇ କାର୍ଡ ହେଉଛି ବିପଦ ସମୟରେ ପ୍ରକୃତ ବନ୍ଧୁ । ଏହି କାର୍ଡ ଆପଣଙ୍କୁ ଅସୁବିଧା ସମୟରେ ବହୁତ ସାହାଯ୍ୟ କରିବ। 

ଏହାପରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାର ଏକ ୪ ମିନିଟର ଭିଡ଼ିଓ ପ୍ରଦର୍ଶିତ ହୋଇଥିଲା । ଏହାପରେ ମୁଖ୍ୟମନ୍ତ୍ରୀ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ କାର୍ଡ଼ ବଣ୍ଟନର ଶୁଭାରମ୍ଭ କରିଥିଲେ। ମୁଖ୍ୟମନ୍ତ୍ରୀ ଡିଜିଟାଲ ମାଧ୍ୟମରେ ଜିଲ୍ଲାର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିଛନ୍ତି । ଶେଷରେ ପଞ୍ଚାୟତିରାଜ ମନ୍ତ୍ରୀ ପ୍ରତାପ ଜେନା ଧନ୍ୟବାଦ ଅର୍ପଣ କରିଛନ୍ତି ।

 

 

Leave A Reply

Your email address will not be published.