Latest Odisha News

BREAKING NEWS

କଳାହାଣ୍ଡିରେ ସ୍ମାର୍ଟ ହେଲଥ କାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ, ୮୬୦ କୋଟି ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କଲେ

କଳାହାଣ୍ଡି : କଳାହାଣ୍ଡିରେ ସ୍ମାର୍ଟ ହେଲଥ କାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ । କଳାହାଣ୍ଡି ଗସ୍ତରେ ଯାଇ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ ହେଲଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ନିଜ ହାତରେ ହିତାଧିକାରୀମାନଙ୍କୁ  ସ୍ମାର୍ଟ ହେଲଥ କାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ । ଏହି ସ୍ମାର୍ଟ ହେଲଥ କାର୍ଡ ଦ୍ୱାରା ୯୬ ଲକ୍ଷ ପରିବାରର ସାଢେ ୩ କୋଟି ଲୋକ ଉପକୃତ ହେବେ । ଜିଲ୍ଲାର ପ୍ରାୟ ୧୪ ଲକ୍ଷ ଲୋକ ଏହି ସୁବିଧା ପାଇବେ ।

ଲୋକମାନେ ସ୍ୱାସ୍ଥ୍ୟ ସମସ୍ୟାରେ ପଡିଲେ ଚିକିତ୍ସା ପାଇଁ ଜମିବାଡି ବିକିବାକୁ ବାଧ୍ୟ ହୁଅନ୍ତି, ପିଲାଙ୍କ ପାଠପଢା ବନ୍ଦ କରନ୍ତି, ସେ ସବୁ ସମସ୍ୟା ବିଷୟରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଏହା ତାଙ୍କୁ ବହୁତ ଦୁଃଖ ଦେଇଥାଏ। ବର୍ତ୍ତମାନ ଲୋକମାନେ ବିନା କୌଣସି ଅସୁବିଧାରେ କାର୍ଡ ଖଣ୍ଡିଏ ଧରି ଦେଶର ୨୦୦ ବଡ ବଡ ହସ୍ପିଟାଲରେ ଭଲ ଚିକିତ୍ସା ପାଇପାରିବେ । ଏଥିପାଇଁ ଟଙ୍କାଟିଏ ବି ଖର୍ଚ୍ଚ କରିବାକୁ ପଡିବ ନାହିଁ ।୧୦୦ ଆସନ ବିଶିଷ୍ଟ ସରକାରୀ ମେଡିକାଲ କଲେଜର ନିର୍ମାଣ କାମ ଖୁବ୍‌ ଶୀଘ୍ର ଶେଷ ହେବାକୁ ଯାଉଛି ମୁଖ୍ୟମନ୍ତ୍ରୀ କହିଥିଲେ ।

ଏଥିସହ କଳାହାଣ୍ଡିରେ ମୁଖ୍ୟମନ୍ତ୍ରୀ ୮୬୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି । କଳାହାଣ୍ଡି ସବୁ କ୍ଷେତ୍ରରେ ବେଶ୍ ଆଗରେ ରହିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଚାଷ କ୍ଷେତ୍ରରେ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିପାରିଛି । ଜିଲ୍ଲାରେ ଧାନ ଉତ୍ପାଦନ ୭୪ ଟନରେ ପହଁଚିଥିବା ବେଳେ ମାଛ ଉତ୍ପାଦନ କ୍ଷେତ୍ରରେ ଜାତୀୟ ପୁରଷ୍କାର ମଧ୍ୟ ପାଇଛିା କପା ଉତ୍ପାଦନରେ ସାରା ରାଜ୍ୟରେ କଳାହାଣ୍ଡି ପ୍ରଥମ ,ଏବର୍ଷ କପା ପାଇଁ ବଜାରରେ ଭଲ ଦାମ ମିଳୁଥିବାରୁ ଚାଷୀର ରୋଜଗାର ବଢ଼ିଛି। ସେଥିପାଇଁ ଖୁସି ପ୍ରକାଶ କରିଥିଲେ ମୁଖ୍ୟମନ୍ତ୍ରୀ।

କଳାହାଣ୍ଡିର ପ୍ରତି ଗାଁରେ ପାଇପ ଯୋଗେ ପିଇବା ପାଣି ଯୋଗାଇବାକୁ ୨୫୦୦ କୋଟି ଟଙ୍କାର କାମ ଚାଲିଛି । ଗତ ଜୁନରେ କଳାହାଣ୍ଡି ଗସ୍ତ ବେଳେ ମୁଖ୍ୟମନ୍ତ୍ରୀ ଅପର ଇନ୍ଦ୍ରାବତୀ ଲିଫ୍ଟ କେନାଲର ଶୁଭାରମ୍ଭ କରିଥିଲେ । ଏବେ ୬୮ ପ୍ରତିଶତ ଜମିକୁ ଜଳଯୋଗାଣ ହୋଇପାରିଛି । ଏଥିପାଇଁ ମୁଖ୍ୟମନ୍ତ୍ରୀ ଖୁସି ପ୍ରକାଶ କରିଛନ୍ତି ।

କାର୍ଯ୍ୟକ୍ରମରେ ଅର୍ଥ ମନ୍ତ୍ରୀ ଶ୍ରୀ ନିରଞ୍ଜନ ପୂଜାରୀ, ସ୍ୱାସ୍ଥ୍ୟ ମନ୍ତ୍ରୀ ଶ୍ରୀ ନବ ଦାସ, ମହିଳା ଓ ଶିଶୁବିକାଶ ମନ୍ତ୍ରୀ ଶ୍ରୀମତୀ ଟୁକୁନୀ ସାହୁ, ଶକ୍ତି ଓ ଗୃହ ରାଷ୍ଟ୍ରମନ୍ତ୍ରୀ ଶ୍ରୀ ଦିବ୍ୟ ଶଂକର ମିଶ୍ର ପ୍ରମୁଖ ଯୋଗ ଦେଇ ବିଭିନ୍ନ କ୍ଷେତ୍ରରେ କଳାହାଣ୍ଡିର ରୂପାନ୍ତର ଉପରେ ଆଲୋକପାତ କରିଥିଲେ।

 

Comments are closed.