Latest Odisha News

BREAKING NEWS

ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସାମିଲ ହେଲା ଯାଜପୁର

ଯାଜପୁର : ଯାଜପୁର ପାଇଲା ସ୍ମାର୍ଟ ହେଲଥ କାର୍ଡ । ଯାଜପୁର ଜିଲ୍ଲାରେ ମୁଖ୍ୟମନ୍ତ୍ରୀ ଆଜି ଭିଡିଓ କନଫରେନ୍ସି ମାଧ୍ୟମରେ ସ୍ମାର୍ଟ ହେଲଥ କାର୍ଡ ବଣ୍ଟନ କରିଛନ୍ତି । ଆଜି ସନ୍ଧ୍ୟାର ଏନଏସି କଲେଜ ପଡିଆରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଭିଡିଓ କନଫରେନ୍ସି ମାଧ୍ୟମରେ ହିତାଧିକାରୀଙ୍କୁ ସ୍ମାର୍ଟ କାର୍ଡ ଦେଇଥିଲେ ।

ଏହି ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ୪ ଲକ୍ଷରୁ ଉର୍ଦ୍ଧ୍ବ ହିତାଧିକାରୀ ଉପକୃତ ହେବେ । ଏହି ଅବସରରେ ଯାଜପୁରରେ ୨ ହଜାରରୁ ଉର୍ଦ୍ଧ୍ବ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭ ଉଦଘାଟନ କରିଥିଲେ ମୁଖ୍ୟମନ୍ତ୍ରୀ ।

ଏଥିରେ ରାଜ୍ୟ ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସ , ମନ୍ତ୍ରୀ ଅଶୋକ ପଣ୍ଡା ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ ଙ୍କ ସମେତ ଜିଲ୍ଲାର ସମସ୍ତ ବିଧାୟକ ଓ ସାଂସଦ ଉପସ୍ଥିତ ଥିଲେ । ରାଜ୍ୟ ବାସୀଙ୍କ ସ୍ୱାସ୍ଥ୍ୟ ସେବାକୁ ଗୁରୁତ୍ୱ ଦେଇ ଏଭଳି ଏକ ଯୋଜନା ପ୍ରସ୍ତୁତ କରାଯାଇଛି ବୋଲି ମୁଖ୍ୟମନ୍ତ୍ରୀ କାର୍ଯ୍ୟକ୍ରରେ କହିଥିଲୋ

Leave A Reply

Your email address will not be published.