Latest Odisha News

BREAKING NEWS

ବିଦେଶାଗତ ବାଲୁକାଶିଳ୍ପୀଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର: କୋଣାର୍କ ମହୋତ୍ସବ ଅବସରରେ ଚନ୍ଦ୍ରଭାଗା ବେଳାଭୂମିରେ ଆୟୋଜିତ ହେଉଛି ବାଲୁକାକଳା ଉତ୍ସବ । ଏହି କାର୍ଯ୍ୟକ୍ରମରେ ଭାଗ ନେବାକୁ ଆସିଥିବା ବିଦେଶୀ ବାଲୁକାଶିଳ୍ପୀମାନଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ୍ବର୍ଦ୍ଧନା କରିଛନ୍ତି ।

ଲୋକସେବା ଭବନରେ ଗୁରୁବାର ଦିନ ଉପସ୍ଥିତ ଥିବା ଆମେରିକା, କାନାଡା, ଋଷିଆ, ଆର୍ଯ୍ୟଲାଣ୍ଡ, ଡେନମାର୍କ ଓ ଟୋଗୋରର ୬ ଜଣ ବାଲୁକାଶିଳ୍ପୀମାନଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ୍ବର୍ଦ୍ଧିତ କରିଥିଲେ ।

ଏହାବ୍ୟତିତ ମୁଖ୍ୟମନ୍ତ୍ରୀ ଅତିଥି ଶିଳ୍ପୀମାନଙ୍କୁ ଅଭିନନ୍ଦନ ଜଣାଇବା ସହ ଓଡିଶାର କଳା ଓ ପରମ୍ପରା ଉପରେ ସେମାନଙ୍କୁ ଅବଗତ କରାଇଥିଲେ ।

ଏହି ଅବସରରେ ପର୍ଯ୍ୟଟନ ନିର୍ଦ୍ଦେଶକ କୋଣାର୍କ ବାଲୁକାକଳା ଉତ୍ସବ ଉପରେ ଏକ ଭିଡିଓ ଉପସ୍ଥାପନା କରିଥିଲେ । ଚଳିତ ବର୍ଷ ଏଥିରେ ୧୨୧ ଜଣ ପ୍ରତିଯୋଗୀ ଅଂଶ ଗ୍ରହଣ କରିଥିବା ବେଳେ ଆଜି ଏହି କାର୍ଯ୍ୟକ୍ରମର ସମାପ୍ତ ହେବାକୁ ଯାଉଛି । ଏହି ବାଲୁକା କଳା ଉତ୍ସବ ଗତ ଡିସେମ୍ବର ୧ ତାରିଖରୁ ଆରମ୍ଭ ହୋଇଥିଲା ।

ଆହୁରି ମଧ୍ୟ ଏହି ଅବସରରେ ଓଟିଡିସିର ଅଧ୍ୟକ୍ଷା ଶ୍ରୀମୟୀ ମିଶ୍ର, ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ମୁଖ୍ୟ ପରାମର୍ଶଦାତା ଆର୍. ବାଲକ୍ରିଷ୍ଣନ୍ ଏବଂ ପର୍ଯ୍ୟଟନ ବିଭାଗର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ରହିଥିଲେ ।

Leave A Reply

Your email address will not be published.