Latest Odisha News

BREAKING NEWS

ମୁଖ୍ୟମନ୍ତ୍ରୀଙ୍କ ୬ ଦିନିଆ ଦିଲ୍ଲୀ ଗସ୍ତ : ଶିଳ୍ପପତି ମାନଙ୍କୁ ଓଡିଶାରେ ପୁଞ୍ଜିନିବେଶ ପାଇଁ ଆମନ୍ତ୍ରଣ କରାଯିବ

ଭୁବନେଶ୍ୱର : ମେକ୍‍ ଇନ୍‍ ଓଡ଼ିଶା ମାଧ୍ୟମରେ ଓଡିଶାରେ ଅଧିକ ପୁଞ୍ଜିନିବେଶ ନେଇ ବାଟ ଫିଟିବ । ଦେଶ ଓ ବିଦେଶରୁ ଶିଳ୍ପପତି ମାନଙ୍କୁ ଓଡିଶାରେ ପୁଞ୍ଜିନିବେଶ ପାଇଁ ଆମନ୍ତ୍ରଣ କରାଯାଉଛି । ମେକ୍‍ ଇନ୍‍ ଓଡ଼ିଶା କନକ୍ଲେଭ ସଫଳ ରୁପାୟନ ପାଇଁ ରାଜ୍ୟ ସରକାର ଯୁଦ୍ଧକାଳୀନ ଭିତ୍ତିରେ ପ୍ରସ୍ତୁତି ଚଳାଇଛନ୍ତି ।

ସେଥିପାଇଁ ଆସନ୍ତା ଅଗଷ୍ଟ ୩୧ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୬ ଦିନିଆ ଦିଲ୍ଲୀ ଗସ୍ତରେ ଯାଉଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଗସ୍ତର ପ୍ରଥମ ଦିନରେ ସେଠାରେ ଆୟୋଜିତ ହେବାକୁ ଥିବା ଇନଭେଷ୍ଟର୍ସ ଏଣ୍ଡ ଆମ୍ବାସଡ଼ର ମିଟ୍‍ ରେ ଯୋଗଦେବେ ବୋଲି ସୂଚନା ମିଳିଛି। ୧୬ଟି  ଦେଶର ପ୍ରତିନିଧିମାନଙ୍କ ସହ ମୁଖ୍ୟମନ୍ତ୍ରୀ ଏବଂ ରାଜ୍ୟ ପ୍ରତିନିଧିଗଣ ସିଧାସଳଖ ଆଲୋଚନା କରିବେ ବୋଲି ଜଣାପଡିଛି। ଏହି କାର୍ଯ୍ୟକ୍ରମରେ ସେହି ଦେଶଗୁଡ଼ିକର ଶିଳ୍ପପତିଙ୍କୁ ଆଗାମୀ ମେକ୍‍ ଇନ୍‍ ଓଡ଼ିଶା କନକ୍ଲେଭରେ ଅଂଶଗ୍ରହଣ କରିବାକୁ ଆମନ୍ତ୍ରଣ କରାଯିବ।

ଏହି କାର୍ଯ୍ୟକ୍ରମରେ ଶିଳ୍ପ ମନ୍ତ୍ରୀ ପ୍ରତାପ ଦେବ, ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ଶିଳ୍ପ ବିଭାଗ ପ୍ରମୁଖ ସଚିବ ହେମନ୍ତ କୁମାର ଶର୍ମା, ଇଡକୋ ଏମ୍‍ଡି ଭୂପେନ୍ଦ୍ର ସିଂ ପୁନିଆ ଏବଂ ଶିଳ୍ପ ନିର୍ଦ୍ଦେଶକ ମହମ୍ମଦ ସଦ୍ଦିକ ଆଲାମ ପ୍ରମୁଖ ଉପସ୍ଥିତ ରହିବେ। ଏହାସହ ରାଜ୍ୟ ସ୍ୱାର୍ଥ ସମ୍ବଳିତ କେନ୍ଦ୍ର ସରକାରଙ୍କ ନିକଟରେ ବିଭିନ୍ନ ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କେନ୍ଦ୍ର ମନ୍ତ୍ରୀ ଏବଂ କେନ୍ଦ୍ର ଅଧିକାରୀଙ୍କ ସହ ଆଲୋଚନା କରିପାରନ୍ତି । ସେପ୍ଟେମ୍ବର ୫ ତାରିଖରେ ମୁଖ୍ୟମନ୍ତ୍ରୀ ଓଡ଼ିଶା ଫେରିବାର କାର୍ଯ୍ୟକ୍ରମ ରହିଛି।

 

 

 

 

 

 

Leave A Reply

Your email address will not be published.