Latest Odisha News

BREAKING NEWS

କୋଭିଡ୍ ନିୟନ୍ତ୍ରଣରେ ଓଡିଶା ଭଲ ସ୍ଥିତିରେ ରହିଛି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟିରେ ଅଧ୍ୟକ୍ଷତା କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଗୁଆ ପ୍ରସ୍ତୁତି, ତ୍ୱରିତ ଉଦ୍ଧାର ଓ ପୁନର୍ଗଠନ ଉପରେ ଗୁରୁତ୍ୱ ଦେଇଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବିପର୍ଯ୍ୟୟ ସମୟରେ ଆମର ପ୍ରସ୍ତୁତି ଗତିଶୀଳ, ସମାଗ୍ରିକ ଓ ଭାଗିଦାରୀ ମୂଳକ ହେବା ଉଚିତ । ରାଜ୍ୟ ପ୍ରଶାସନକୁ ଅଭିଜ୍ଞତା ମୂଳକ ଏସଓପି ପାଳନ ସହ ପ୍ରସ୍ତୁତ ରହିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି ।

ଗୋଷ୍ଠୀ ଭିତ୍ତିକ ପ୍ରସ୍ତୁତି କାର୍ଯ୍ୟକ୍ରମକୁ ସଂସ୍ଥାଗତ ଢାଂଚା ପ୍ରଦାନ କରିବାରେ ଓଡିଶା ସବୁଠୁ ଆଗରେ ରହିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଗୋଷ୍ଠୀଭିତ୍ତିକ ପରିଚାଳନାରେ ଆମର ଅଭିଜ୍ଞତା କୋଭିଡ୍ ପରିଚାଳନାରେ ମଧ୍ୟ ବହୁ ପରିମାଣରେ ଉପାଦେୟ ହୋଇପାରିଛି ବୋଲି ସେ କହିଛନ୍ତି । ଗତ ୩ ମାସ ଧରି କୋଭିଡ୍ ୧୯ ମହାମାରୀ ରାଜ୍ୟର ଜନସାଧାରଣଙ୍କ ଦୈନନ୍ଦିନ ଜୀବନକୁ ଗଭୀର ଭାବେ ପ୍ରଭାବିତ କରିଛି । ରାଜ୍ୟରେ ଏହି ରୋଗକୁ ନିୟନ୍ତ୍ରଣ କରିବା ପାଇଁ ନିଆଯାଇଥିବା ପଦକ୍ଷେପ ଯୋଗୁ ଓଡିଶା ଆଜି ଏ କ୍ଷେତ୍ରରେ ଭଲ ସ୍ଥିତିରେ ରହିଛି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ମୁଖ୍ୟମନ୍ତ୍ରୀ କହିଛନ୍ତି, ଜୁନ୍ ଠାରୁ ଅକ୍ଟୋବର ପର୍ଯ୍ୟନ୍ତ ସମୟ ଖୁବ୍ ଗୁରୁତ୍ୱପୂର୍ଣ୍ଣ । ଏହି ସମୟରେ ବନ୍ୟା, ବାତ୍ୟା, ମରୁଡି ଭଳି ପ୍ରାକୃତିକ ବିପର୍ଯ୍ୟୟ ଆସିପାରେ । ଏସବୁ ବିପର୍ଯ୍ୟୟ ପାଇଁ ଆମର ପ୍ରସ୍ତୁତିକୁ ନିରନ୍ତର ସମୀକ୍ଷା କରିବା ଦରକାର ।

Leave A Reply

Your email address will not be published.