Latest Odisha News

ନବନିର୍ବାଚିତ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ ନବୀନ

ଭୁବନେଶ୍ୱର: ନବନିର୍ବାଚିତ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଫୋନ୍ ଯୋଗେ କଥା ହୋଇଛନ୍ତି । ଓଡ଼ିଶାବାସୀଙ୍କ ତରଫରୁ ଦ୍ରୌପଦୀ ମୁର୍ମୁଙ୍କୁ ମୁଖ୍ୟମନ୍ତ୍ରୀ ଶୁଭେଚ୍ଛା ଜଣାଇବା ସହ ସଫଳତା ପାଇଁ ଓଡ଼ିଶାବାସୀ ଗର୍ବିତ ବୋଲି କହିଛନ୍ତି ନବୀନ ପଟ୍ଟନାୟକ ।

 

ଆସନ୍ତା ୨୫ ତାରିଖରେ ଦେଶର ୧୫ତମ ରାଷ୍ଟ୍ରପତି ଭାବେ ଦ୍ରୌପଦୀ ମୁର୍ମୁ ଶପଥ ଗ୍ରହଣ କରିବେ । ଶପଥ ଗ୍ରହଣ ସମାରୋହରେ ଯୋଗ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦିଲ୍ଲୀ ଗସ୍ତରେ ଯିବେ । ଆସନ୍ତାକାଲି ଠାରୁ ମୁଖ୍ୟମନ୍ତ୍ରୀ ୪ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ବୋଲି ଜଣାପଡ଼ିଛି । ଦିଲ୍ଲୀ ଗସ୍ତ ବେଳେ ରାଷ୍ଟ୍ରପତିଙ୍କ ଶପଥ ଗ୍ରହଣ ସମାରୋହ ସହ କିଛି କେନ୍ଦ୍ରୀୟ ନେତାଙ୍କୁ ନବୀନ ଭେଟିପାରନ୍ତି ।

Leave A Reply

Your email address will not be published.