Latest Odisha News

BREAKING NEWS

ନିର୍ବାଚନୀ ପ୍ରଚାର ପାଇଁ ଆଜି କନ୍ଧମାଳ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ବର: ନିର୍ବାଚନୀ ପ୍ରଚାର ପାଇଁ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କନ୍ଧମାଳ ଜିଲ୍ଲା ଗସ୍ତରେ ଯିବେ। ମୁଖ୍ୟମନ୍ତ୍ରୀ ଗୁରୁବାର ଗଞ୍ଜାମ ଓ କନ୍ଧମାଳ ଜିଲ୍ଲା ଗସ୍ତ କରି ଗୋପାଳପୁର ଓ ଆସିକା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଜନସଭାରେ ଉଦବୋଧନ ଦେବାର କାର୍ଯ୍ୟକ୍ରମ ରହିଛି ।

ସେପଟେ ଗୋପାଳପୁର ଓ ଆସିକାରେ ମୁଖ୍ୟମନ୍ତ୍ରୀଙ୍କୁ ସ୍ୱାଗତ କରିବାକୁ ବିରାଟ ପଟୁଆର ଆୟୋଜନ କରିଛନ୍ତି ନେତା ଓ କର୍ମୀମାନେ । ଅପରାହ୍ନ ପ୍ରାୟ ୧୨ଟାରେ ମୁଖ୍ୟମନ୍ତ୍ରୀ କନ୍ଧମାଳ ଷ୍ଟାଡିୟମରେ ପହଞ୍ଚିବେ । ସଭାରେ କନ୍ଧମାଳ ସାଂସଦ ପ୍ରାର୍ଥୀଙ୍କ ସହ ସଂସଦୀୟ କ୍ଷେତ୍ରର ୭ଟି ବିଧାନସଭା ପ୍ରାର୍ଥୀଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଭୋଟ ଭିକ୍ଷା କରିବେ । ଏଥିସହ ସାଧାରଣ ଜନତାଙ୍କୁ ମୁଖ୍ୟମନ୍ତ୍ରୀ ଉଦବୋଧନ ଦେବାର ମଧ୍ୟ କାର୍ଯ୍ୟକ୍ରମ ରହିଛି।

 

Leave A Reply

Your email address will not be published.