Latest Odisha News

BREAKING NEWS

ଆଜିଠୁ ୫ ଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ବର: ଆଜିଠୁ ୫ ଦିନିଆ ଦିଲ୍ଲୀ ଗସ୍ତରେ ଯାଉଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।  ନବୀନ ଆଜି ଦିନ ୧ଟା ୩୦ ବେଳେ ଦିଲ୍ଲୀ ଗସ୍ତରେ ଯିବେ । ଏପ୍ରିଲ ୩୦ ତାରିଖରେ ନୂଆଦିଲ୍ଲୀସ୍ଥିତ ବିଜ୍ଞାନ ଭବନରେ ମୁଖ୍ୟମନ୍ତ୍ରୀ ଓ ହାଇକୋର୍ଟ ମୁଖ୍ୟ ବିଚାରପତିମାନଙ୍କ ସମ୍ମିଳନୀ ହେବ । ଏଥିରେ ଯୋଗଦେବେ ନବୀନ । ଏହି ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ମାଦୀ ଓ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ରମନ୍ନା ଯୋଗଦେବାର କାର୍ଯ୍ୟକ୍ରମ ରହିଛି ।

ମେ ୧ରେ କୌଣସି ସରକାରୀ କାର୍ଯ୍ୟକ୍ରମ ନଥିବାବେଳେ ୨ତାରିଖରେ କେନ୍ଦ୍ର ସରକାରଙ୍କ ଅନୁମତି ଅପେକ୍ଷାରେ ଦୀର୍ଘ ଦିନ ହେଲା ପଡ଼ି ରହିଥିବା ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟର ଅଗ୍ରଗତି ସମୀକ୍ଷା କରିବେ । କିଛି କେନ୍ଦ୍ରମନ୍ତ୍ରୀ ମଧ୍ୟ ନବୀନଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି ।

ଏହାପରେ ୩ ତାରିଖ ଅପରାହ୍ନ ୧ଟା ୩୦ରେ ଭୁବନେଶ୍ବର ଫେରିବାର କାର୍ଯ୍ୟକ୍ରମ ଅଛି ।  ୨୦୧୬ ପରେ ପ୍ରଥମ ଥର ଏପରି ସମ୍ମିଳନୀ ହେବାକୁ ଯାଉଛି ।

Leave A Reply

Your email address will not be published.