Latest Odisha News

BREAKING NEWS

ଭାଟିକାନ ସିଟିରେ ପୋପ ଫ୍ରାନସିସଙ୍କୁ ଭେଟିଲେ ନବୀନ

ରୋମ: ଭାଟିକାନ ସିଟିରେ ପୋପଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରୋମ ଗସ୍ତ ଅବସରରେ ମୁଖ୍ୟମନ୍ତ୍ରୀ ପୋପଙ୍କୁ ଭେଟିଛନ୍ତି । ପ୍ରଥମ ମୁଖ୍ୟମନ୍ତ୍ରୀ ଭାବେ ପୋପଙ୍କୁ ସାକ୍ଷାତ କରିଛନ୍ତି ନବୀନ । ମୁଖ୍ୟମନ୍ତ୍ରୀଙ୍କ ସହ ଅଛନ୍ତି 5T ସଚିବ ଭି.କେ ପାଣ୍ଡିଆନ ।

 ରୋମ୍ ସହିତ ଓଡ଼ିଶାର ରହିଛି ସାଂସ୍କୃତିକ ଓ ଐତିହ୍ୟର ସାମଞ୍ଜସ୍ୟ ।  ଇଟାଲି, ଗ୍ରୀସ୍ ସମେତ ୟୁରୋପରେ ଥିବା ପ୍ରବାସୀ ଓଡ଼ିଆଙ୍କୁ ଭେଟି ରାଜ୍ୟର ବିକାଶରେ ସହଯୋଗର ଆହ୍ବାନ ଦେବେ ମୁଖ୍ୟମନ୍ତ୍ରୀ । ରାଜ୍ୟର ସଂସ୍କୃତି ଓ କଳାର ବିକାଶରେ ସେମାନଙ୍କ ଅବଦାନ ନେଇ ଆଲୋଚନା କରିବେ ।

ଦୀର୍ଘ ୧୦ ବର୍ଷ ପରେ ମୁଖ୍ୟମନ୍ତ୍ରୀ ପୁଣି ଥରେ ବିଦେଶ ଗସ୍ତ କରିଛନ୍ତି ।  ଜୁନ ୨୦ ତାରିଖରୁ ଆରମ୍ଭ ହୋଇଥିବା ମୁଖ୍ୟମନ୍ତ୍ରୀଙ୍କ ୧୧ ଦିନିଆ ବିଦେଶ ଗସ୍ତ ଅବସରରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେଇଛନ୍ତି ।  ମୁଖ୍ୟମନ୍ତ୍ରୀ  ଜୁନ୍ ୨୬ ଯାଏ ରୋମରେ ରହିବେ।  ତେବେ ନବୀନ, ପୋପଙ୍କୁ ଭେଟିବାରେ ପ୍ରଥମ ମୁଖ୍ୟମନ୍ତ୍ରୀ ।

ରୋମରେ ମୁଖ୍ୟମନ୍ତ୍ରୀ, ୟୁରୋପର ବିଭିନ୍ନ ପ୍ରାନ୍ତରେ ବସବାସ କରୁଥିବା ଓଡିଆ ପ୍ରତିନିଧି ମଣ୍ଡଳୀଙ୍କୁ ମଧ୍ୟ ଭେଟି ପାରନ୍ତି । ଇଟାଲୀ ପରେ ମୁଖ୍ୟମନ୍ତ୍ରୀ ଦୁବାଇ ଗସ୍ତ କରିବେ। ସେଠାରେ ସେ ୫ ଦିନ ରହିବାର କାର୍ଯ୍ୟକ୍ରମ ରହିଛି। ସେଠାରେ ଭାରତ ସରକାର ଏବଂ ଫିଜି ପକ୍ଷରୁ ଆୟୋଜିତ ଓଡ଼ିଶା ଇନଭେଷ୍ଟର୍ସ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଯୋଗଦେବେ।

 

 

 

Leave A Reply

Your email address will not be published.