Latest Odisha News

BREAKING NEWS

୮୯ଟି ବହୁମୁଖୀ ଇନଡୋର ଷ୍ଟାଡିୟମର ଭିତ୍ତିପ୍ରସ୍ତର ସ୍ଥାପନ

ଭୁବନେଶ୍ବର : ବିଭିନ୍ନ ଜିଲ୍ଲାରେ କ୍ରୀଡ଼ା ପ୍ରକଳ୍ପ ସମୂହର ଉଦ୍‌ଘାଟନ ଓ ଭତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ଉପଲକ୍ଷେ ଭୁବନେଶ୍ବର କଳିଙ୍ଗ ଷ୍ଟାଡିୟମରେ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା । ଏହି ଅବସରରେ ୮୯ଟି ବହୁମୁଖୀ ଇନଡୋର ଷ୍ଟାଡିୟମ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ।

ଏହାସହ ରାଉରକେଲାର ବିଜୁ ପଟ୍ଟନାୟକ ଇନଡୋର ଷ୍ଟାଡିୟମର ଶୁଭାରମ୍ଭ ହୋଇଛି । ଅନୁଗୁଳ ସୁଇମିଂ ପୁଲ୍‌, ବାରିପଦା ସୁଇମିଂ ପୁଲ୍‌, କଳିଙ୍ଗ ଷ୍ଟାଡିୟମର ନୂତନ ଛାତ୍ରାବାସ ଓ କଳିଙ୍ଗ ଷ୍ଟାଡିୟମର ବିଜୁ ପଟ୍ଟନାୟକ ଭାରୋତ୍ତୋଳନ ହଲକୁ ମଧ୍ୟ ମୁଖ୍ୟମନ୍ତ୍ରୀ ଲୋକାର୍ପଣ କରିଛନ୍ତି ।

ସମସ୍ତ ଇନଡୋର ଷ୍ଟାଡିୟମ ୨୦୨୨-୨୩ ସୁଦ୍ଧା କାର୍ଯ୍ୟକ୍ଷମ ହେବ । ଏସବୁ ବହୁମୁଖୀ ଇନଡୋର ଷ୍ଟାଡିୟମରେ ବ୍ୟାଡମିଣ୍ଟନ, ଟେବୁଲ ଟେନିସ୍‌, ଭାରୋତ୍ତୋଳନ ବ୍ୟବସ୍ଥା ରହିବ । ରାଜ୍ୟ ସରକାରଙ୍କ ଏଭଳି କାର୍ଯ୍ୟକ୍ରମ ରାଜ୍ୟରେ କ୍ରୀଡ଼ା କ୍ଷେତ୍ରରେ ଅଭୂତପୂର୍ବ ପରିବର୍ତ୍ତନ ଆଣିବ ବୋଲି ଆଶା କରାଯାଉଛି । ସେହିପରି ପ୍ରାକୃତିକ ବିପର୍ଯ୍ୟୟ ସମୟରେ ମଧ୍ୟ ଏହି ଷ୍ଟାଡିୟମକୁ ବ୍ୟବହାର କରାଯାଇପାରିବ ।

Comments are closed.