Latest Odisha News

ଜୁଲାଇ ୧୫ରୁ ପୁଣି ମୁଖ୍ୟମନ୍ତ୍ରୀଙ୍କ ଜନ ଶୁଣାଣି ଆରମ୍ଭ

ଭୁବନେଶ୍ୱର: ଆସନ୍ତା ଜୁଲାଇ ୧୫ ତାରିଖରୁ ପୁଣି ଥରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଜନସାଧାରଣଙ୍କ ଅଭିଯୋଗର ଶୁଣାଣି ଆରମ୍ଭ କରିବେ।

ସାଧାରଣ ପ୍ରଶାସନ ବିଭାଗ ଅନୁଯାୟୀ, ଭୁବନେଶ୍ୱରର ୟୁନିଟ୍- ୫ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି ହେବ। ଦିନ ୧୧ ଟା ସମୟରୁ ଏହି ଅଭିଯୋଗ ଶୁଣାଣି ଆରମ୍ଭ କରିବେ ମୁଖ୍ୟମନ୍ତ୍ରୀ।

ତେବେ ଶୁଣାଣି ପାଇଁ ପଞ୍ଜୀକରଣ କରିବାକୁ ଚାହୁଁଥିବା ବ୍ଯକ୍ତି ସେହି ଦିନ ସକାଳ ୮ଟାରୁ ୧୨ଟା ପର୍ଯ୍ୟନ୍ତ ଉକ୍ତ ସ୍ଥାନରେ କରିପାରିବେ।

Comments are closed.