Latest Odisha News

BREAKING NEWS

ଅଗ୍ରିଆ ସମାଜ ପାଇଁ ଅଧ ଏକର ଜମି ଓ ତିନି କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ପଶ୍ଚିମ ଓଡ଼ିଶାର ଅଗ୍ରିଆ ସମାଜ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଧ ଏକର ଜମି ସହ ୩ କୋଟି ଟଙ୍କା ସହାୟତା ଘୋଷଣା କରିଛନ୍ତି । ଅଗ୍ରିଆ ସମାଜ ହେଉଛି ପଶ୍ଚିମ ଓଡ଼ିଶାର ଏକ ପ୍ରମୁଖ ଗୋଷ୍ଠୀ । କୃଷି ଉପରେ ନିର୍ଭର କରୁଥିବା ଏହି ସମାଜର ଲୋକମାନେ ମୁଖ୍ୟତଃ ବରଗଡ, ସମ୍ବଲପୁର, ଝାରସୁଗୁଡା,ସୁନ୍ଦରଗଡ, କଳାହାଣ୍ଡି, ବଲାଙ୍ଗୀର ଓ ଦେବଗଡ଼ ଆଦି ଜିଲ୍ଲାମାନଙ୍କରେ ବସବାସ କରିଥାନ୍ତି ।

ସେମାନେ ନିକଟରେ ସେମାନଙ୍କର ବିଭିନ୍ନ ସମସ୍ୟା ସମ୍ପର୍କରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ଥିଲେ । ବିଭିନ୍ନ କାର୍ଯ୍ୟକ୍ରମରେ ସେମାନେ ଭୁବନେଶ୍ୱର ଆସୁଥିବା ସମୟରେ ରହିବାରେ ଅସୁବିଧା ହେଉଥିବାରୁ ଭୁବନେଶ୍ୱର ନିକଟରେ ଏକ ଜାଗା ଦେବା ପାଇଁ ସେମାନେ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଥିଲେ ।

ସେମାନଙ୍କ ଅନୁରୋଧ ତଥା ଅଗ୍ରିଆ ସମାଜର ବୃହତ୍ତର ସ୍ୱାର୍ଥକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର ନିକଟରେ ଅଗରିଆ ସମାଜ ପାଇଁ ଅଧ ଏକର ଜମି ଯୋଗାଇବା ଦିଆଯିବ ବୋଲି ଘୋଷଣା କରିଛନ୍ତି । ଏଥିପାଇଁ ଜମି ଚିହ୍ନଟ ଦିଗରେ ପଦକ୍ଷେପ ନେବା ପାଇଁ ମୁଖ୍ଯ ଶାସନ ସଚିବଙ୍କୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

ଏଥିସହିତ ଅଗ୍ରିଆ ସମାଜ ଭବନ ନିର୍ମାଣ ପାଇଁ ତିନି କୋଟି ଟଙ୍କା ମୁଖ୍ୟମନ୍ତ୍ରୀଙ୍କ ସ୍ଵତନ୍ତ୍ର ସହାୟତା ପାଣ୍ଠିରୁ ଯୋଗାଇ ଦିଆଯିବ ବୋଲି ଘୋଷଣା କରିଛନ୍ତି ।

Leave A Reply

Your email address will not be published.